ବେଲ୍‌ ଖାରଜ, ଗଲେ ଜେଲ

ଅନୁଗୋଳ ଅଫିସ, ୨୭।୪: ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ମଦ ଭାଟିର ମାଲିକ ବିକ୍ରମ କିଶୋର ସାହୁଙ୍କୁ ରବିବାର ପୋଲିସ ଜେଲ୍‌ ପଠାଇ ଦେଇଛି। ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡିସ୍‌ଚାର୍ଜ ହେବା ପରେ ତାଙ୍କୁ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଜେଏମ୍‌)ଙ୍କ ଅଦାଲତରେ ହାଜର କରାଯାଇଥିଲା। ସେଠାରେ ବେଲ୍‌ ଆବେଦନ ଖାରଜ ହୋଇଯିବାରୁ ପୋଲିସ ବିକ୍ରମଙ୍କୁ ଅନୁଗୋଳ ଜେଲକୁ ପଠାଇ ଦେଇଛି।
ପ୍ରକାଶ ଯେ, ଚୋରା ମଦ କାରବାର ଅଭିଯୋଗରେ ଶୁକ୍ରବାର ସକାଳେ ଅନୁଗୋଳ ପୋଲିସ ବିକ୍ରମଙ୍କୁ ତାଙ୍କ ବାସଭବନରୁ ଗିରଫ କରିଥିଲା। ତାଙ୍କ ନାମରେ ଥିବା କରଡ଼ାଗାଡ଼ିଆ ମଦ ଭାଟିରୁ ପୋଲିସ ୪୪୪୦ ଲିଟର ଦେଶୀ ମଦ ସହ ୬ ହଜାର ଲିଟର ପୋଚ ଓ ୩୦ଟି ପ୍ଲାଷ୍ଟିକ ଜାର ଜବତ କରିଥିଲା। ଏହି ଘଟଣାରେ ବିକ୍ରମଙ୍କ ସହ ମୋଟ୍‌ ୪୩ ଜଣଙ୍କୁ ଗିରଫ କରାଯାଇଥିଲା। ହେଲେ ମେଡିକାଲରେ ସ୍ବାସ୍ଥ୍ୟପରୀକ୍ଷା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କହିବାରୁ ୩ ଜଣ ଡାକ୍ତର ତାଙ୍କୁ ଅସୁସ୍ଥ ଘୋଷଣା କରିଥିଲେ। ୨ ଦିନ ମେଡିକାଲରେ ଚିକିତ୍ସିତ ହେବା ପରେ ରବିବାର ଅପରାହ୍ନ ୩ଟା ୪୦ରେ ମେଡିସିନ୍‌ ବିଭାଗର ଡାକ୍ତର ଗୋକୁଳାନନ୍ଦ ବେହେରା ବିକ୍ରମଙ୍କୁ ଡିସଚାର୍ଜ କରିଥିଲେ। ଏ ନେଇ ମେଡିକାଲ ପକ୍ଷରୁ ପୋଲିସକୁ ଅବଗତ କରାଯାଇଥିଲା। ଏହାପରେ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀ, ପ୍ରକାଶ ମାଝି ଓ ବିପ୍ଳବ ସାହୁ ଏକ ଆମ୍ବୁଲାନ୍ସରେ ତାଙ୍କୁ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରିଥିଲେ। କିନ୍ତୁ ବିଚାରପତି ବେଲ୍‌ ପିଟିସନ୍‌ ଖାରଜ କରିଦେବାରୁ ସେଠାରୁ ବିକ୍ରମଙ୍କୁ ଜେଲକୁ ନିଆଯାଇଥିଲା। ଜେଲ କର୍ତ୍ତୃପକ୍ଷ ଓ ପୋଲିସ ଏକ ଷ୍ଟେଚରରେ ତାଙ୍କୁ ଭିତରକୁ ନେଇଯାଇଥିବା ଦେଖିବାକୁ ମିଳିଥିଲା। ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ କହିଛନ୍ତି, ମେଡିକାଲରୁ ଡିସଚାର୍ଜ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ବେଲ୍‌ ଖାରଜ ହୋଇଯିବାରୁ ଜେଲ ପଠାଇ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ ବେହେରା କହିଛନ୍ତି, ଦାୟିତ୍ୱରେ ଥିବା ମେଡିସିନ୍‌ ସ୍ପେଶାଲିଷ୍ଟ ବିକ୍ରମଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା କହିବା ପରେ ପୋଲିସକୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?