ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା ପରେ ଶେଷରେ ସ୍ବାମୀ ମଧ୍ୟ ବେକରେ ରଶି ଲଗାଇ
ଆତ୍ମହତ୍ୟା କରିଛନ୍ତି। ମୃତ ୨ଜଣ ହେଲେ ସ୍ବାମୀ ଚିତ୍ରସେନ ନାଇକ ଓ ସ୍ତ୍ରୀ ପୂଜା ନାୟକ। ଘଟଣାରୁ ପ୍ରକାଶ ଯେ, ଚିତ୍ରସେନ ପ୍ରାୟ ୭ ବର୍ଷ ପୂର୍ବେ ତାଙ୍କରି ଗ୍ରାମ ନିକଟରେ ଅନ୍ୟ ଏକ ଜାତିର ଝିଅ ପୂଜାଙ୍କୁ ପ୍ରେମ ବିବାହ କରିଥିଲେ। ଏହାପରେ ଉଭୟ କିଛିବର୍ଷ ହସଖୁସିରେ ରହିଥିଲେ। ଏହି ସମୟରେ ସେମାନଙ୍କର ଦୁଇଟି ସନ୍ତାନ ଜନ୍ମ ହୋଇଥିଲା। ପରିବାର ଭଲରେ ଚଲୁଥିବା ବେଳେ ହଠାତ୍‌ ପୂଜାଙ୍କ କିଛି ଗତିବିଧିକୁ ନେଇ ଚିତ୍ରସେନ ସନ୍ଦେହ କରିବା ସହ ଦ୍ୱନ୍ଦରେ ଥିଲେ। ଏହାପରେ ଧୀରେ ଧୀରେ ସନ୍ଦେହ ବଢ଼ିବାରୁ ସ୍ବାମୀ ସ୍ତ୍ରୀଙ୍କ ସଂପର୍କରେ ଫାଟ ସୃଷ୍ଟି ହୋଇଥିଲା। ତେଣୁ ପୂଜା ଦୁଇ ଛୁଆଙ୍କୁ ଧରି ଆଜକୁ କିଛିମାସ ହେବ ଭୁବନେଶ୍ୱରରେ ତାଙ୍କର ଜଣେ ସମ୍ପର୍କୀୟ ଘରେ ରହୁଥିଲେ। ଦୁଇଦିନ ପୂର୍ବେ ପୂଜା ଗ୍ରାମକୁ ଆସିଥିଲେ। ଦୁଇ ଛୁଆ ଭୁବନେଶ୍ବରରେ ଥିଲେ।
ଗତକାଲି ରାତିରେ ପୂଜା ଓ ଚିତ୍ରସେନ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହାପରେ ଏକ ପନିକି ସହାୟତାରେ ଚିତ୍ରସେନ ସ୍ତ୍ରୀ ପୂଜାଙ୍କୁ ହତ୍ୟା କରିଥିଲେ। ଏହାପରେ ପରେ ଚିତ୍ରସେନ ଲୋକ ଲଜ୍ୟା ଭୟରେ ଘର ନିକଟ ଏକ ଗଛରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଏହି ଘଟଣା ମଙ୍ଗଳବାର ଜଣାପଡିବା ପରେ ବେଲଗୁଣ୍ଠା ଓ ଭଞ୍ଜନଗର ଅଞ୍ଚଳରେ ତାହା ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri