ବେସରକାରୀ ସ୍କୁଲରେ ତାଲା ପକାଇଲା ପ୍ରଶାସନ

ଜଗନ୍ନାଥପ୍ରସାଦ,୨୫ା୬(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ବ୍ଲକରେ ଶିକ୍ଷାର ଭିତ୍ତିଭୂମି ନ ଥାଇ ଜିଲା ଶିକ୍ଷା ବିଭାଗର ବିନା ଅନୁମତି ଓ ଗାଇଡ଼ ଲାଇନ ଉଲଂଘନ କରୁଥିବା ଘରୋଇ ସ୍କୁଲକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ଲକର ୧୬ଟି ବେଆଇନ ଅନୁଷ୍ଠାନକୁ ଜାରି କରାଯାଇଥିବା କାରଣ ଦର୍ଶାଅ ନୋଟିସ୍‌ର ଉତ୍ତର ନ ମିଳିବାରୁ ସେଗୁଡିକୁ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଗଞ୍ଜାମ ଜିଲାପାଳଙ୍କ ଜାରି ନିର୍ଦ୍ଦେଶ ପ୍ରକାରେ ଉପଜିଲାପାଳ ଭଞ୍ଜନଗରଙ୍କ ଆଦେଶରେ ସ୍ଥାନୀୟ ତହସିଲଦାର ବାସୁଦେବ ପାଣ୍ଡେ, ତହସିଲ ସୁପରଭାଇଜର ସନ୍ତୋଷ କୁମାର ଓଝା, ଅମିନ କୃଷ୍ଣଚନ୍ଦ୍ର ପାତ୍ର, କୁନ୍ଦନ ପାତ୍ର, ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଜଗନ୍ନାଥପ୍ରସାଦ ସ୍ଥିତ ମା’ ସରସ୍ବତି ଶିଶୁ ବିଦ୍ୟାଭବନ, ଶ୍ରୀ ଅରବିନ୍ଦ ଶିକ୍ଷା କେନ୍ଦ୍ର, ସାଇ ଭାରତୀ ବିଦ୍ୟା ମନ୍ଦିର, ନିଉ ହୋପ ପବ୍ଲିକ ସ୍କୁଲକୁ ସିଲ କରିଥିଲେ। ପରେ ଛାମୁଣ୍ଡା ସ୍ଥିତ ମା ସରସ୍ବତୀ ଶିଶୁ ବିଦ୍ୟାଭବନ, ରାଣୀଭୂମିର ମା’ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରକୁ ମଧ୍ୟ ସିଲ କରି ଦିଆଯାଇଥିଲା। ଆନୁସଙ୍ଗିିକ କାଗଜପତ୍ର ନ ଥାଇ ବ୍ଲକରେ ଚାଲିଥିବା ଅବଶିଷ୍ଟ ବିଦ୍ୟାଳୟକୁ ମଙ୍ଗଳବାର ପୋଲିସ ସାହାର୍ଯ୍ୟରେ ସିଲ କରାଯିବ ବୋଲି ତହସିଲଦାର ପାଣ୍ଡେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri