Posted inଖେଳ

ବେସ୍‌ କ୍ୟାମ୍ପରେ ପହଞ୍ଚିଲା କଳ୍ପନାଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର, ୨୯ା୫(ସ୍ପୋଟର୍‌ସ ବ୍ୟୁରୋ)- ଏଭରେଷ୍ଟ ଶୃଙ୍ଗରେ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀରର ସନ୍ଧାନ ଓ ଉଦ୍ଧାରକାର୍ଯ୍ୟରେ ଶେର୍ପା ଦଳ ସକ୍ଷମ ହୋଇଛନ୍ତି। ସେମାନେ ମଙ୍ଗଳବାର ମରଶରୀରକୁ ବେସ୍‌ କ୍ୟାମ୍ପ-୪କୁ ଆଣିଛନ୍ତି। ଲୁକ୍‌ଲାସ୍ଥିତ ବେସ୍‌ କ୍ୟାମ୍ପରେ ଆବଶ୍ୟକ ଔପଚାରିକତା ପରେ ବୁଧବାର ଏହାକୁ ବିମାନ ଯୋଗେ କାଠମାଣ୍ଡୁ ଅଣାଯିବ ବୋଲି ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ଏବଂ ଉଦ୍ଧାରକାରୀ ଦଳ ସହିତ ରାଜ୍ୟ ସରକାରଙ୍କ ଯୋଗାଯୋଗ ଅବ୍ୟାହତ ରହିଛି। କଳ୍ପନାଙ୍କ ପାର୍ଥିବ ଶରୀରକୁ ଯଥା ଶୀଘ୍ର ଅଣାଯାଇ ତାଙ୍କ ପରିବାରକୁ ହସ୍ତାନ୍ତର କରାଯିବା ଯୋଜନା ଚାଲିଥିବା ସୂଚନା ଦିଆଯାଇଛି। ପ୍ରକାଶ ଯୋଗ୍ୟ ଦୁଃସାହସିକ କ୍ରୀଡ଼ାରେ ଓଡ଼ିଶା କ୍ରୀଡ଼ାବିତ୍‌ଙ୍କ ଆଦର୍ଶ ପାଲଟିଥିବା ଏଭରେଷ୍ଟ ଆରୋହଣକାରୀ କଳ୍ପନା ଗତ ଗୁରୁବାର ମୃତ୍ୟୁ ଘଟିଥିବା ଖବର ଓଡ଼ିଶା କ୍ରୀଡ଼ା ଜଗତକୁ ସ୍ତବ୍ଧ କରିଥିଲା। ସେ ଦ୍ୱିତୀୟଥରପାଇଁ ଏଭରେଷ୍ଟ ଆରୋହଣ କରି ଫେରୁଥିବାବେଳେ ବାଲକୋନି ଏରିଆରେ ପ୍ରାଣ ହରାଇଥିବା ଖବର ପ୍ରଚାରିତ ହୋଇଥିଲା। ଢେଙ୍କାନାଳର କଳ୍ପନା ପୂର୍ବରୁ ୨୦୦୪ ଓ ୨୦୦୬ରେ ଏଭରେଷ୍ଟ ଆରୋହଣରେ ବିଫଳ ହୋଇଥିଲେ ହେଁ ୨୦୦୮ ମେ ୨୧ରେ ନିଜ ସ୍ବପ୍ନକୁ ସାକାର କରିଥିଲେ। ଓଡ଼ିଶାର ପ୍ରଥମ ପର୍ବତାରୋହୀଭାବେ ସେ ଏଭରେଷ୍ଟ ଆରୋହଣ କରିଥିଲେ। ନିକଟରେ ଦ୍ୱିତୀୟଥରପାଇଁ ସେ ନିଜ ଉଦ୍ୟମରେ ସଫଳ ହୋଇଥିଲେ ହେଁ ପ୍ରତ୍ୟାବର୍ତ୍ତନ ପଥରେ ଏହି ଦୁଃଖଦ ଘଟଣା ଘଟିଥିଲା। ତାଙ୍କ ମରଶରୀର ଆଣିବା ଦାୟିତ୍ୱ ରାଜ୍ୟ ସରକାର ନେଇଥିବାବେଳେ ଓଡ଼ିଶାରୁ ଏକ ଟିମ୍‌ ନେପାଳ ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri