କୋଟଗଡ,୧୮ା୧୨(ଡି.ଏନ.ଏ.): କୋଟଗଡ ବ୍ଲକ ପାରିଗଡ ଗ୍ରାମ ପଞ୍ଚାୟତରେ ସୋମବାର ମାସିକ ବୈଠକ ଥିଲା। ପାରିଗଡ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ବିନାୟକ ନାୟକ ଓ ଗ୍ରାମ ରୋଜଗାର ସେବକ (ଜିଆର୍ଏସ୍) ସୋମ୍ୟ ରଞ୍ଜନ ନନ୍ଦ ପାରିଗଡ ଯାଇଥିଲେ। ମାତ୍ର ସରପଞ୍ଚଙ୍କ ବିରୋଧୀ ଗୋଷ୍ଠୀ ବୈଠକ କରାଇ ଦେଇ ନ ଥିଲେ। ଦୁଇ କର୍ମଚାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଅଟକ ରଖିଥିଲେ। ଦୀର୍ଘ ସମୟ ଧରି ଅଟକ ରହିବା ପରେ ଖବର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିକଟରେ ପହଞ୍ଚତ୍ଥିଲା। ମାଓବାଦୀପ୍ରବଣ ଓ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ପୋଲିସ ପ୍ରଶାସନ ସେଠାକୁ ରାତିରେ ଯିବାକୁ ମନା କରିଥିଲେ। ମାତ୍ର ସାହସବାନ୍ଧି କେତେଜଣ ବ୍ଲକ କର୍ମଚାରୀ କୋଟଗଡର ସ୍ଥାନୀୟ ଲୋକଙ୍କ ସହ ରାତି ପ୍ରାୟ ୯ଟାରେ ପାରିଗଡରେ ପହଞ୍ଚତ୍ଥିଲେ। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା ପରେ ଲିଖିତ ପ୍ରତିଶ୍ରୁତି ଦେବାପରେ ରାତି ପ୍ରାୟ ୨ଟାରେ ଉଦ୍ଧାର କରି ଆଣିଥିବା ସୂଚନା ମିଳିଛି।
Posted inଆମ ଜିଲା ଖବର, କନ୍ଧମାଳ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

