ବୈଠକ ବେଳେ ବ୍ରହ୍ମଗିରି ତହସିଲଦାରଙ୍କୁ ଆକ୍ରମଣ

ବ୍ରହ୍ମଗିରି,୭ା୩(ଡି.ଏନ୍‌.ଏ.): ବ୍ରହ୍ମଗିରି ଅତିରିକ୍ତ ତହସିଲଦାରଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଶୁକ୍ରବାର ଏକ ବୈଠକ ଚାଲୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ତହସିଲଦାର କିଶୋର କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତହସିଲଦାର ପଣ୍ଡାଙ୍କ ଅଭିଯୋଗକୁ ଭିତ୍ତିକରି ବ୍ରହ୍ମଗିରି ଥାନା ପୋଲିସ ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣା ପଞ୍ଚାୟତରେ ବାତ୍ୟା ‘ଫନୀ’ରେ ଘରଭାଙ୍ଗିଯାଇଥିବା କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବା ପାଇଁ ତତ୍କାଳୀନ ଜଣେ ରାଜସ୍ବ ନିରୀକ୍ଷକ ଟଙ୍କା ଆଣିଥିଲେ। କିନ୍ତୁ ଏହି ତଦନ୍ତରେ ବ୍ୟତିକ୍ରମ ଥିବାରୁ ଜିଲାପାଳ ଏହାକୁ ପୁନର୍ବାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଏହି କ୍ଷତିଗ୍ରସ୍ତମାନେ ଫନୀ ସହାୟତାରୁ ବଞ୍ଚିତ ହୋଇଥିଲେ। ଏ ନେଇ ଜନଅସନ୍ତୋଷ ଦେଖାଦେଇଥିଲା। ଶୁକ୍ରବାର ଅପରାହ୍ନରେ ଅତିରିକ୍ତ ତହସିଲଦାର ହେମନ୍ତ କୁମାର ଭାରିମଲ୍ଲଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଏକ ବୈଠକ ବସିଥିଲା। ଏଥିରେ ତହସିଲଦାର ପଣ୍ଡା, ଅତିରିକ୍ତ ତହସିଲଦାର ଭାରିମଲ୍ଲ ଓ ତହସିଲର ଅନ୍ୟକର୍ମଚାରୀମାନେ ଉପସ୍ଥିତ ଥିଲେ। ବୈଠକ ଚାଲୁଥିବା ବେଳେ ହଠାତ୍‌ ଦୁଇଜଣ ଦୁର୍ବୃତ୍ତ ପଶି ତତ୍କାଳୀନ ରାଜସ୍ବ ନିରୀକ୍ଷକଙ୍କୁ ଖୋଜିଥିଲେ। ଏହା ପରେ ଗାଳିଗୁଲଜ କରିବାରୁ ତହସିଲଦାର ପଣ୍ଡା ଏହାକୁ ବିରୋଧ କରିଥିଲେ। ଫଳରେ ଦୁର୍ବୃତ୍ତମାନେ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ତହସିଲଦାର ବ୍ରହ୍ମଗିରି ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୋବଇଲ ଫୋନର ଭିଡିଓ ଫୁଟେଜକୁ ଯାଞ୍ଚ କରାଯାଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ଥାନା ଅଧକାରୀ ମନୋଜ ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri