ବ୍ରହ୍ମଗିରି,୭ା୩(ଡି.ଏନ୍.ଏ.): ବ୍ରହ୍ମଗିରି ଅତିରିକ୍ତ ତହସିଲଦାରଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଶୁକ୍ରବାର ଏକ ବୈଠକ ଚାଲୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ତହସିଲଦାର କିଶୋର କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତହସିଲଦାର ପଣ୍ଡାଙ୍କ ଅଭିଯୋଗକୁ ଭିତ୍ତିକରି ବ୍ରହ୍ମଗିରି ଥାନା ପୋଲିସ ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣା ପଞ୍ଚାୟତରେ ବାତ୍ୟା ‘ଫନୀ’ରେ ଘରଭାଙ୍ଗିଯାଇଥିବା କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବା ପାଇଁ ତତ୍କାଳୀନ ଜଣେ ରାଜସ୍ବ ନିରୀକ୍ଷକ ଟଙ୍କା ଆଣିଥିଲେ। କିନ୍ତୁ ଏହି ତଦନ୍ତରେ ବ୍ୟତିକ୍ରମ ଥିବାରୁ ଜିଲାପାଳ ଏହାକୁ ପୁନର୍ବାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଏହି କ୍ଷତିଗ୍ରସ୍ତମାନେ ଫନୀ ସହାୟତାରୁ ବଞ୍ଚିତ ହୋଇଥିଲେ। ଏ ନେଇ ଜନଅସନ୍ତୋଷ ଦେଖାଦେଇଥିଲା। ଶୁକ୍ରବାର ଅପରାହ୍ନରେ ଅତିରିକ୍ତ ତହସିଲଦାର ହେମନ୍ତ କୁମାର ଭାରିମଲ୍ଲଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଏକ ବୈଠକ ବସିଥିଲା। ଏଥିରେ ତହସିଲଦାର ପଣ୍ଡା, ଅତିରିକ୍ତ ତହସିଲଦାର ଭାରିମଲ୍ଲ ଓ ତହସିଲର ଅନ୍ୟକର୍ମଚାରୀମାନେ ଉପସ୍ଥିତ ଥିଲେ। ବୈଠକ ଚାଲୁଥିବା ବେଳେ ହଠାତ୍ ଦୁଇଜଣ ଦୁର୍ବୃତ୍ତ ପଶି ତତ୍କାଳୀନ ରାଜସ୍ବ ନିରୀକ୍ଷକଙ୍କୁ ଖୋଜିଥିଲେ। ଏହା ପରେ ଗାଳିଗୁଲଜ କରିବାରୁ ତହସିଲଦାର ପଣ୍ଡା ଏହାକୁ ବିରୋଧ କରିଥିଲେ। ଫଳରେ ଦୁର୍ବୃତ୍ତମାନେ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ତହସିଲଦାର ବ୍ରହ୍ମଗିରି ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୋବଇଲ ଫୋନର ଭିଡିଓ ଫୁଟେଜକୁ ଯାଞ୍ଚ କରାଯାଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ଥାନା ଅଧକାରୀ ମନୋଜ ଶତପଥୀ କହିଛନ୍ତି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…
ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…
ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…
ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…
ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା
ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…
ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି
ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

