ବୈତରଣୀରେ ବୃଦ୍ଧି ପାଉଛି ଜଳସ୍ତର

ଭଣ୍ଡାରିପୋଖରୀ, ୧୪ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀ ଫୁଲିବା ଆରମ୍ଭ କରିଛି। ନଦୀର ଜଳସ୍ତର ଆଖୁଆପଦା ଆନିକଟ ଠାରେ ମଙ୍ଗଳବାର ସକାଳ ୬ଟାରୁ ବୃଦ୍ଧି ପାଉଥିବା ଜଣାପଡିଛି। ସକାଳ ୫ଟାରେ ବନ୍ୟାଜଳ ସ୍ତର ୧୬.୬୦ ମିଟର ଥିବାବେଳେ ଏହା ବୃଦ୍ଧି ପାଇ ଅପରାହ୍ନ ୩ଟା ସୁଦ୍ଧା ବନ୍ୟାଜଳ ୧୬.୯୫ ମିଟରରେ ପହଞ୍ଚିଥିଲା। ଆଖୁଆପଦା ଆନିକଟଠାରେ ବୈତରଣୀର ବିପଦସଙ୍କେତ ୧୭.୮୩ ମିଟର । ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ବୃଦ୍ଧି ପାଉଥିବା ଜଣାପଡିଛି। ୨୪ ଘଣ୍ଟାରେ ଆଖୁଆପଦା ଠାରେ ୫୮.୪ ମି.ମି., ଆନନ୍ଦପୁର ଠାରେ ୬୪.୪ ମି.ମି., ସୋମପାଟଣାରେ ୨୭.୨ ମି.ମି., କେନ୍ଦୁଝର ଠାରେ ୪୩.୨ ମି.ମି., ଠାକୁରମୁଣ୍ଡା ଠାରେ ୫୯.୨ ମି.ମି., ଚମ୍ପୁଆ ଠାରେ ୨୬.୬ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ବୈତରଣୀରେ ବନ୍ୟା ଆଶଙ୍କା ନାହିଁ ବୋଲ ଆଖୁଆପଦା ଫ୍ଲଡ ସେଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri