ବୈରୀ ଷ୍ଟେଶନ୍‌ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର

ଛତିଆ,୧।୨(ଡି.ଏନ୍‌.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ରହଣୀ ହୋଇଛି। ଉଭୟ ପଟୁ ୧ ମିନିଟ୍‌ ଲେଖାଏ ରହିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗାଡି ନଂ ୫୮୪୨୫ କେନ୍ଦୁଝର ପଟୁ ସକାଳ ୯ ଘଟିକା ୫୯ ମିନିଟ୍‌ ସମୟରେ ବୈରୀରେ ପହଞ୍ଚତ୍ ଓ ୧୦ ଘଟିକାରେ ଛାଡ଼ିଥିଲା। ସେହିପରି ୫୮୪୨୬ ଗାଡିଟି ଭୁବନେଶ୍ୱର ପଟୁ ଅପରାହ୍ନ ୫.୨୪ ମି ରେ ପହଞ୍ଚତ୍ ୫.୨୬ ମିନିଟରେ ଛାଡ଼ିଥିଲା। ଶୁକ୍ରବାର ସକାଳୁ ଟ୍ରେନ୍‌ଟି ବୈରୀରେ ଷ୍ଟେଶନରେ ପହଞ୍ଚତ୍ବା ପରେ ଅନେକ ଯାତ୍ରୀ ଟ୍ରେନ୍‌କୁ ସ୍ବାଗତ କରିଥିଲେ। ପ୍ରଥମ ଦିନରେ ଉକ୍ତ ଷ୍ଟେଶନ୍‌ରୁ ୧୧୭ଜଣ ଯାତ୍ରୀ କଟକ ବାରଙ୍ଗ ଓ ଭୁବନେଶ୍ୱର ଯାତ୍ରା କରିଥିଲେ। ଉକ୍ତ ସ୍ବାଗତ ଉତ୍ସବରେ ବେଣୁଧର ବିଶ୍ୱାଳ, ଦିନବନ୍ଧୁ ସାମଲ, ବିରଞ୍ଚତ୍ ନାରାୟଣ ମହାନ୍ତି, ଶିଶିର ସ୍ବାଇଁ, ଇଶ୍ୱର ଚନ୍ଦ୍ର ନାୟକ, ଗଙ୍ଗାଧର ଦାସ, ରାଜକିଶୋର ସ୍ବାଇଁ, ରାଜା ରଣେନ୍ଦ୍ର ପ୍ରତାପ ଲେଙ୍କା ପ୍ରମୁଖ ଶତାଧିକ ଲୋକ ଉପସ୍ଥିତ ଥିଲେ। କିଛି ଦିନ ପୂର୍ବରୁ ବଡ଼ଚଣା ଅଞ୍ଚଳବାସୀ ସ୍ଥାeନୀୟ ଭାଜପା ନେତା ଅମର ନାୟକଙ୍କ ନେତୃତ୍ୱରେ କେନ୍ଦ୍ର ପେଟ୍ରୋଲିୟମ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ରାଷ୍ଟ୍ରମନ୍ତ୍ରୀ ପିୟୁଶ ଗୋୟେଲଙ୍କୁ ଭେଟି ଉକ୍ତ ଟ୍ରେନ୍‌ ସହିତ ସମ୍ବଲପୁର ହାଓ୍ବଡା ସାପ୍ତାହିକ ଟ୍ରେନ୍‌କୁ ବୈରୀ ଷ୍ଟେଶନ୍‌ରେ ରହଣୀ ପାଇଁ ଦାବି ଜଣାଇଥିଲେ। ଉକ୍ତ ଦାବିକୁ ବିଚାର କରି କେନ୍ଦୁଝର ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ବୈରୀ ଷ୍ଟେଶନରେ ରହଣୀ ହୋଇଛି। ଅଞ୍ଚଳବାସୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅମର ନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri