ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ଜିଲା ଦୌରାଜଜ୍ଙ୍କ ଅଦାଲତରେ ମଙ୍ଗଳବାର ବିଦାବନ୍ଧ ଗ୍ରାମର ବୈଷ୍ଣବ ରାଉତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ଦେବନ ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୮ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ହଜାର ଟଙ୍କା ଜରିମାନା ଏବଂ ଅନାଦାୟେ ଅଧିକ ବର୍ଷେ ଜେଲ୍ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସିକ୍ୟୁଟର ଗଣେଶ କୁମାର ବେହେରା ମାମଲା ପରିଚାଳନା କରିଥିଲେ।
୨୦୧୫ ଏପ୍ରିଲ ୯ରେ ବୈଷ୍ଣବ ନିଜ ଆମ୍ବ ତୋଟାରେ କୁଡ଼ିଆ କରି ଜଗିଥିଲେ। ଏହି ସମୟରେ ହଳଦୀବାଡ଼ି ଗ୍ରାମର ଦେବନ ନିଶାସକ୍ତ ଅବସ୍ଥାରେ ଆସି ପାଟିତୁଣ୍ଡ କରିଥିଲେ। ଘଟଣା ଧୀରେ ଧୀରେ ଉଗ୍ରରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଦେବନ ଏକ କୁରାଢ଼ିରେ ବୈଷ୍ଣବଙ୍କୁ ହାଣି ପକାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଗ୍ରାମବାସୀ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ବୈଷ୍ଣବଙ୍କ ଭାଇ ଶ୍ରୀନିବାସଙ୍କ ଅଭିଯୋଗକୁ ଭିତ୍ତିକରି ସଦର ଥାନାରେ ନଂ. ୧୩୮/୧୫, ଦଫା ୩୦୨ରେ ମାମଲା ରୁଜୁ ହୋଇଥିଲା। ୧୪ଜଣ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଆଧାରରେ କୋର୍ଟ ଏହି ରାୟ ଶୁଣାଇଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
Archives

