ବୈଷୟିକ ଜ୍ଞାନକୌଶଳରେ ଶିକ୍ଷାଦାନ ପାଇଁ ପ୍ରୟାସ

ଧରାକୋଟ,୧୬ା୧(ଡି.ଏନ.ଏ.)-ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଇଛନ୍ତି। ହେଲେ ଧରାକୋଟ ବ୍ଲକର ମୁଣ୍ଡମରାଇସ୍ଥିତ ପୁରାତନ ବାଳିକା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସାହୁ ପିଲାଙ୍କୁ ପାଠ ପଢ଼ାଇବା ପାଇଁ ଏକ ଭିନ୍ନ ପଦକ୍ଷେପ ଆପଣେଇଛନ୍ତି।
ସୂଚନା ଓ ଯୋଗାଯୋଗ ଏବଂ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଇ ଜଟିଳ ବିଷୟବସ୍ତୁକୁ ସରଳୀକରଣ କରି ଛାତ୍ରୀଛାତ୍ରଙ୍କୁ ଶିକ୍ଷାପ୍ରତି ଆକୃଷ୍ଟ କରାଇଛନ୍ତି। ଗରିବ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ମୋବାଇଲ ଆପ୍‌ ମାଧ୍ୟମରେ କମ୍ପ୍ୟୁଟର ଦ୍ୱାରା ଶିକ୍ଷା ପ୍ରଦାନ କରିବା ସହ ଛାତ୍ରୀଛାତ୍ରମାନେ ଅତି ସହଜରେ ପାଠ ପଢୁଥିବା ଦେଖିବାକୁ ମିଳୁଛି। ଏହି କୌଶଳ ଆପଣାଇବା ପାଇଁ ଶିକ୍ଷକଙ୍କୁ ନିଜସ୍ବ ଖର୍ଚ୍ଚରୁ ଆର୍ଥିକ ବ୍ୟବସ୍ଥା କରିବାକୁ ପଡ଼ିଛି। ଏହି ପଦ୍ଧତି ଶିକ୍ଷଣ କାର୍ଯ୍ୟକୁ ଅଧିକ ଜୀବନ୍ତ କରିପାରିଛି। ଏହାଦ୍ୱାରା ଦୁର୍ବଳ ଛାତ୍ରୀଛାତ୍ରଙ୍କ ବିକାଶ ହୋଇପାରିବ। ସରକାର ଯଦି ଏହି ଅଭିନବ ପଦ୍ଧତିର ଉପଯୋଗ କରନ୍ତି ତା’ହେଲେ ଏହା ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଠନ ସହ ଶିକ୍ଷକମାନେ ମଧ୍ୟ ଏଥିରେ ବେଶ ଲାଭବାନ ହେବେ। ନିକଟରେ ଗଞ୍ଜାମ ଜିଲାର କନିଷି ଠାରେ ଅନୁଷ୍ଠିତ ବିଜ୍ଞାନ ମେଳାରେ ଏହାକୁ ପ୍ରଦର୍ଶିତ କରାଯାଇଥିବାବେଳେ ଗଞ୍ଜାମ ଜିଲା ଶିକ୍ଷାଧିକାରୀ ଡ଼. ସନାତନ ପଣ୍ଡାଙ୍କ ଦ୍ୱାରା ପ୍ରଶଂସିତ ହୋଇଥିଲା। ଏହାକୁ ପ୍ରଚଳନ କରିବା ପାଇଁ ଶିକ୍ଷାବିତ୍‌ ଓ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି। ଗୋଟିଏ ସ୍ମାର୍ଟ ମୋବାଇଲ ସହ ଏଲ୍‌ଇଡି କିମ୍ବା କମ୍ପ୍ୟୁଟର, କି ବୋର୍ଡ ଏବଂ ଅତି କମ୍‌ ଖର୍ଚ୍ଚରେ ୱାଇଫାଇ କିମ୍ବା ବ୍ଲୁଟୁଥ୍‌ ମାଧ୍ୟମରେ ଏହି ଶିକ୍ଷାଦାନ ବ୍ୟବସ୍ଥା ହୋଇପାରିବ। ଏହି ପଦ୍ଧତିରେ ସମୟ ସାପେକ୍ଷ ରହିବା କଥା ଶିକ୍ଷକ ଜଣକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri