ବୈଷୟିକ ଜ୍ଞାନ କୌଶଳ ସହ ବିଜ୍ଞତାର ଉପଯୋଗ କର: ମନ୍ତ୍ରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ସ୍ତରରେ କାର୍ଯ୍ୟକରୁଥିବା ଲୋକ ସମ୍ପର୍କ ଅଧିକାରୀଙ୍କ ନିକଟରେ ବିଜ୍ଞତା ରହିଛି। ଏବେ ବୈଷୟିକ ଜ୍ଞାନ କାୈଶଳ ଉନ୍ନତ ହୋଇଛି। ତେଣୁ ବୈଷୟିକ ଜ୍ଞାନକାୈଶଳ ସହ ବିଜ୍ଞତାର ଉପଯୋଗ କର। ଏହାର ସୁପରିଚାଳନା ହେଲେ ରାଜ୍ୟର ବିକାଶର ଧାରା ତ୍ୱରାନ୍ବିତ ହୋଇପାରିବ ବୋଲି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି। ବୁଧବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଭାଗ ପକ୍ଷରୁ ଆୟୋଜିତ ‘ନୂଆ ବର୍ଷ-୨୦୨୦ ଅଭିନନ୍ଦନ’ ଉତ୍ସବରେ ଯୋଗଦେଇ ମନ୍ତ୍ରୀ ଦାସ ଏହା କହିଛନ୍ତି।
ସଚିବ ସଞ୍ଜୟ କୁମାର ସିଂ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ନବ ବର୍ଷର ସ୍ବାଗତ ଜଣାଇବା ସହ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମିଶନ୍‌ ମୋଡ୍‌ରେ କାର୍ଯ୍ୟ କରିବାକୁ ପଡିବ ବୋଲି ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମାଧ୍ୟମରେ ସୂଚନା ଓ ଲୋକସମ୍ପର୍କ ବିଭାଗରେ ପଦନ୍ନୋତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇଛି। ତେଣୁ ଅଧିକାରୀମାନେ ଅଧିକ ଦାୟିତ୍ୱ ସମ୍ପନ୍ନ ଓ ପ୍ରତିବଦ୍ଧତାର ସହ କାର୍ଯ୍ୟକରିବା ଉଚିତ୍‌ ବୋଲି ସେ କହିଥିଲେ। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକ ସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ ଖବରଦାତାଙ୍କ କଲ୍ୟାଣ ନିମନ୍ତେ ଅନ୍ୟ ରାଜ୍ୟରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପଗୁଡିକୁ ଅନୁଧ୍ୟାନ କରି ଆମ ରାଜ୍ୟରେ ତଦନୁଯାୟୀ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ବିଭାଗୀୟ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉକତ୍ଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସମ୍ପାଦକ ଡ. ଲେନିନ୍‌ ମହାନ୍ତିି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ(ବୈଷୟିକ) ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନି ବିହାରୀ ବାରିକ, ଉପ ଶାସନ ସଚିବ ଦୁର୍ଗା ପ୍ରସାଦ ମହାରଣା ଏବଂ ଅନ୍ୟ ବିଭାଗୀୟ ପଦାଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। କାର୍ଯ୍ୟାଳୟର ସହକାରୀ ଉପବିଭାଗ ଅଧିକାରୀ ଜୟସ୍ମିତା ଜେନା କାର୍ଯ୍ୟକ୍ରମ ସଞ୍ଚାଳନ କରିଥିବାବେଳେ ଏଏସ୍‌ଓ ପ୍ରିୟଙ୍କା ମହାପାତ୍ର, ଅର୍ପିତା ପ୍ରିୟଦର୍ଶିନୀ, ସ୍ନେହଲତା ମଲ୍ଲିକ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri