ବୈଷୟିକ ପରିଚାଳନା, ସଚେତନତାକୁ ଗୁରୁତ୍ୱ  

ଅନୁଗୋଳ ଅଫିସ, ୫ା୬- ରାଜ୍ୟ ସରକାରଙ୍କ ଦ୍ୱାରା ଅନୁଗୋଳ ଜିଲା ପାଇଁ କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଶୁକ୍ରବାର ଅନୁଗୋଳ ଗସ୍ତରେ ଆସି କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ବିଭିନ୍ନ ଅସ୍ଥାୟୀ ମେଡିକାଲ ଶିବିର ପରିଦର୍ଶନ କରିଛନ୍ତି। ପ୍ରଥମେ ସର୍କିଟ ହାଉସ୍‌ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସଚିବ କରୋନା ପ୍ରତିରୋଧ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମର ବୈଷୟିକ ପରିଚାଳନା ଓ ଜନସଚେତନତା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ।
ମିଳିଥିବା ସୂଚନା ମୁତାବକ, ବର୍ତ୍ତମାନ ସୁଦ୍ଧା ଜିଲାକୁ ୭ ହଜାର ୧୬୫ ପ୍ରବାସୀ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ୬ ହଜାର ୨୪୩ ଜଣ ପ୍ରବାସୀ ସଙ୍ଗରୋଧ ଶେଷ କରି ଗୃହକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସଙ୍ଗରୋଧ ସଫଳତାର ସହିତ ସମାପ୍ତ କରିଥିବା ୧ ହଜାର ୭୯୧ ଜଣଙ୍କୁ ୨ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଯୋଗାଇ ଦିଆଯାଇଛି। ପରେ ସଚିବ ତାଳଚେର କୋଭିଡ୍‌ ହସ୍ପିଟାଲର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରିଥିଲେ। ବର୍ତ୍ତମାନ ସୁଦ୍ଧା ୪ ହଜାର ୮୪୭ଟି ନମୁନାରୁ ୩୨ଟି ପଜିଟିଭ୍‌ ଚିହ୍ନଟ ହୋଇଛି। ବୈଠକରେ ଏସ୍‌ପି ଜଗମୋହନ ମୀନା ପୋଲିସ ପ୍ରଶାସନ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏମଜିଏନଆରଇଜିଏସ୍‌, କୃଷି ଓ ଏହାର ଆନୁସଙ୍ଗିକ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାରେ ପ୍ରବାସୀ ଶ୍ରମିକଙ୍କୁ ଅଗ୍ରାଧିକାର ଭିତ୍ତିରେ କାମ ଯୋଗାଇ ଦେବାକୁ ସଚିବ ପରାମର୍ଶ ଦେଇଥିଲେ। ପରେ ସଚିବ ଜରାସିଂହା ଅସ୍ଥାୟୀ ମେଡିକାଲ ଶିବିର ଓ ଆଦର୍ଶ କୋଭିଡ୍‌ କେୟାର ସେଣ୍ଟର ପରିଦର୍ଶନରେ ଯାଇଥିଲେ। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri