Posted inଜାତୀୟ

ବୋଫର୍ସ ତୋପ ଦୁର୍ନୀତି: ୧୦୬ ବିରୋଧୀ ଏମ୍‌ପି ଦେଇଥିଲେ ଇସ୍ତଫା

ନୂଆଦିଲ୍ଲୀ,୨୪।୬: ବୋଫର୍ସ ତୋପକୁ ବିରୋଧ କରି ୩୦ ବର୍ଷ ତଳେ ୧୯୮୯ ଜୁନ୍‌ ୨୪ରେ ଲୋକ ସଭାର ୧୧୦ ବିରୋଧୀ ଏମ୍‌ପିଙ୍କ ମଧ୍ୟରୁ ୧୦୬ ଜଣ ଇସ୍ତଫା ଦେଇଥିଲେ। ଭି.ପି. ସିଂ ଙ୍କ ନେତୃତ୍ୱରେ ବିରୋଧୀ ଏକତ୍ରିତ ହୋଇଥିଲେ। ଅଟଳ ବିହାରୀ ବାଜପେୟୀଙ୍କ ସମେତ ଅନ୍ୟ ନେତା ବୋଫର୍ସ ତୋପ ଦୁର୍ନୀତିକୁ ବିରୋଧ କରିଥିଲେ। ବୋଫର୍ସର ୧୫୫ ମିମି ୪ଶହ ହାବିଟ୍‌ଜର ତୋପ କିଣାରେ ୧୪ଶହ ୩୭ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ୧୯୮୬ରେ ଏନେଇ ବୁଝାମଣା ହୋଇଥିଲା। ତେବେ ଦୁର୍ନୀତି ସମ୍ପର୍କରେ ୧୯୮୭ରେ ଜଣାପଡ଼ିଥିଲା। ସୁଇଡେନ୍‌ ରେଡିଓ ସଂସ୍ଥା ଏନେଇ ତଥ୍ୟ ଦେଇଥିଲା। ବୋଫର୍ସ କମ୍ପାନୀ ଏହି ବୁଝାମଣା ପାଇଁ ଭାରତୀୟ ରାଜନେତା ତଥା ଉଚ୍ଚଅଧିକାରୀଙ୍କୁ ୬୦ କୋଟି ଟଙ୍କାର ଲାଞ୍ଚ ଦେଇଥିବା ଅଭିଯୋଗ ହୋଇଥିଲା। ବିରୋଧୀଙ୍କ ପକ୍ଷରୁ ଏହାର ବିରୋଧ କରାଯାଇଥିଲା। ସେତେବେଳେ ୫୧୪ ଲୋକ ସଭା ଆସନ ମଧ୍ୟରୁ ବିପକ୍ଷଙ୍କ ସଂଖ୍ୟା ୧୧୦ ଥିଲା । ସେଥିମଧ୍ୟରେ ଭାଜପା-୨, ଜନତା ପାର୍ଟି-୧୦, ବାମପନ୍ଥୀ-୨୨, ତେଲୁଗୁ ଦେଶମ୍‌-୩୦, ଏଆଇଏଡିଏମ୍‌କେ-୧୨ ସଦସ୍ୟ ଥିଲେ। ଏକ କାଳୀନ ଏତେ ସଂଖ୍ୟକ ବିପକ୍ଷ ସଦସ୍ୟଙ୍କ ଇସ୍ତଫା ଶାସକ ଦଳ ପାଇଁ ଏକ ଆହ୍ବାନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?