Posted inକଟକ

ବୋମାମାଡ଼ ଘଟଣାରେ ୬ ଗିରଫ

କଟକ ଅଫିସ,୮ା୬: ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟଙ୍କ ଉପରକୁ ବୋମାମାଡ଼ ଘଟଣାରେ ଜଗତପୁର ଥାନା ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ୟାକୁବ ଖାନ, ସେଖ୍‌ ୱାସିମ, ସେଖ୍‌ ଇମ୍ରାନ, ସେଖ ସାକିର, ରମେଶ ଭୋଇ ଓ ଶିବ ଭୋଇ। ୟାକୁବ ଓ ୱାସିମ ଉକ୍ତ ଘଟଣାର ମାଷ୍ଟର ମାଇଣ୍ଡ ବୋଲି ଜଗତପୁର ଥାନାଧିକାରୀ ପ୍ରଦୀପ୍ତ ନାୟକ କହିଛନ୍ତି। ଏମାନଙ୍କ ନିକଟରୁ ୫ଟି ବାଇକ, ୫ଟି ମୋବାଇଲ ଓ ଦୁଇଟି ଜୀବନ୍ତ ବୋମା ଜବତ କରାଯାଇଛି। ଗତ ୩୦ ତାରିଖରେ ଜଗତପୁର ଥାନା ଚମ୍ପତ୍ତି ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଳାସ ଚନ୍ଦ୍ର ବେହେରା ଓ ସମିତି ସଭ୍ୟ ଭୋଳାନାଥ ରାଉତଙ୍କ ଉପରକୁ ବୋମାମାଡ଼ ହୋଇଥିଲା। ଏଥିରେ ସରପଞ୍ଚ ବିଳାସଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ପୋଲିସର ଖୋଳତାଡ଼ ପରେ ପୂର୍ବ ଶତ୍ରୁତାରୁ ଅଭିଯୁକ୍ତମାନେ ଏଭଳି ମରଣାନ୍ତକ କାଣ୍ଡ ଘଟାଇଥିବା ଜଣାପଡ଼ିଥିଲା। ଆଇପିସି ୩୦୭, ୪୨୭, ୩୪, ଏକ୍ସପ୍ଲୋଜିଭ ଆକ୍ଟ-୪, ୫ ଅନୁଯାୟୀ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri