ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ ଶତ୍ରୁତାରୁ ସଦାଶିବଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ଭାଇ ହାଡ଼ୁ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ହତ୍ୟା ମାମଲା (ନଂ.୧୨୬/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି।

ପ୍ରକାଶ ଯେ, ସଦାଶିବ ବୁଧବାର ରାତିରେ ଘରୁ କେଉଁଆଡ଼େ ଯାଇଥିଲେ। ରାତି ପ୍ରାୟ ୨ଟାରେ ଘର ନିକଟରେ ବିସ୍ଫୋରଣ ଶବ୍ଦ ହୋଇଥିଲା। ପରିବାର ଲୋକଙ୍କ ସହ ପଡ଼ୋଶୀ ବାହାରକୁ ଆସି ସଦାଶିବ ଗୁରୁତର ଆହତ ହୋଇ ଛଟପଟ ହେଉଥିବା ଦେଖିଥିଲେ। ତାଙ୍କୁ ତୁରନ୍ତ ଭଞ୍ଜନଗର ହସ୍ପିଟାଲକୁ ନିଆଯାଇଥିଲା। ଚିକିସତ୍ାଧୀନ ଅବସ୍ଥାରେ ସଦାଶିବଙ୍କର ମୃତ୍ୟୁ ଘଟିଥିଲା। ସଦାଶିବ ପୂର୍ବରୁ ଭାଜପା ପାଇଁ ନିର୍ବାଚନୀ ପ୍ରଚାର କରୁଥିଲେ। ପରେ ବିଜେଡି ନେତାଙ୍କ ଚାପରେ ପଡ଼ି ଭାଜପା ଛାଡ଼ି ବିଜେଡିର ପ୍ରଚାର କରିଥିଲେ ବୋଲି ତାଙ୍କ ଭାଇ ହାଡ଼ୁ କହିଛନ୍ତି। ବୁଧବାର ରାତିରେ ଗ୍ରାମର ୩ ଯୁବକ ଭାଇଙ୍କୁ ଘରୁ ଡାକି ନେଇଥିଲେ। ପରେ ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ହାଡ଼ୁ ଏତଲାରେ ଦର୍ଶାଇଛନ୍ତି।  ଏ ନେଇ ଥାନା ଅଧିକାରୀ ସୁଦୀପ୍ତ ସାହୁଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବୋମାଟି ସଦାଙ୍କ ପକେଟରେ ଥିବା ବେଳେ ଫୁଟିଥିବା ଆଶଙ୍କା କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ । ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri