ବୋରିଂରୁ ମିଳିବ ମୁକ୍ତି: ଅନ୍‌ଲାଇନରେ ଚିତ୍ରାଙ୍କନ, ସ୍ଲୋଗାନ ପ୍ରତିଯୋଗିତା

ଛତ୍ରପୁର, ୮ା୩(ଡି.ଏନ୍‌.ଏ.)- ଟେଲି ମେଡ଼ିସିନ ନେଇ ଡାକ୍ତର ପ୍ୟାନେଲ ହେଉ କି କ୍ୟାରିୟର ପାଇଁ ଏକ୍ସପର୍ଟ ଗ୍ରୁପ ବନାଇ କରୋନା ସମୟରେ ଗଞ୍ଜାମ ଜିଲା ପ୍ରଶାସନ ଚର୍ଚ୍ଚାକୁ ଆସିଛି। ଏବେପୁଣି ସ୍କୁଲ ଓ କଲେଜ ଛାତ୍ରୀଛାତ୍ରଙ୍କ ପାଇଁ ଅନ୍‌ଲାଇନରେ ଚିତ୍ରାଙ୍କନ ଓ ସ୍ଲୋଗାନ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏହାଫଳରେ ପିଲାମାନେ ଘରେ ବସି ବୋର୍‌ ହେବେନି। ଏନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲା ପ୍ରଶାସନର ସହଯୋଗରେ ଏକ୍ସଜେନ୍‌ ପକ୍ଷରୁ ପଞ୍ଚମରୁ ସପ୍ତମ ଶ୍ରେଣୀ, ଅଷ୍ଟମରୁ ଦଶମ ଶ୍ରେଣୀ ଏବଂ ଏକାଦଶରୁ ଯୁକ୍ତତିନି ଛାତ୍ରୀଛାତ୍ରମାନେ ଚିତ୍ରାଙ୍କନ ପ୍ରତିଯୋଗୀତାରେ ଭାଗ ନେଇପାରିବେ। ଘରେ ରହି ଜୀବନ ବଞ୍ଚାଅ, ପ୍ରିୟ ଖେଳାଳି, ନିଜ ବାପା’ ମା, ରାଜନୈତିକ ବ୍ୟକ୍ତିଙ୍କ ଫଟୋ ଉପରେ ଚିତ୍ରଆଙ୍କି ଅନ୍‌ଲାଇନରେ ୧୫ତାରିଖ ମଧ୍ୟରେ ପଠାଇବେ। ବିଭିନ୍ନ କାଟାଗୋରିରେ ୧ ହଜାର, ୨ହଜାର, ୩ ହଜାର ଟଙ୍କା ପୁରସ୍କାର ମିଳିବ। ସେହିପରି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଜେନେରେସ୍‌ ଫାଉଣ୍ଡେସନ ସହଯୋଗରେ ସ୍କୁଲ, କଲେଜ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଘରେ ରୁହ ଜୀବନ ବଞ୍ଚାଅ କିମ୍ବା ସଡକ ସୁରକ୍ଷା ବିଷୟ ଉପରେ ସ୍ଲୋଗାନ ଲେଖି ଅନ୍‌ଲାଇନରେ ପ୍ରତିଯୋଗିତା ହେବ। ୧୪ ସୁଦ୍ଧା ଏହା ପଠାଇବାକୁ କୁହାଯାଇଛି। କୃତୀଙ୍କୁ ୧ ହଜାର ପ୍ରତି କେଟେଗୋରୀରେ ପୁରସ୍କାର ମିଳିବ॥


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?