ବୋରିସ୍‌ଙ୍କୁ ସୁପ୍ରିମକୋର୍ଟ ଝଟକା: ପାର୍ଲାମେଣ୍ଟ ନିଲମ୍ବନ ବେଆଇନ

ଲଣ୍ଡନ,୨୫ା୯ (ପି.ଟି./ଆଇଏଏନ୍‌ଏସ୍‌): ବ୍ରିଟେନ ପାର୍ଲାମେଣ୍ଟକୁ ନିଲମ୍ବନ କରିବା ବେଆଇନ ଓ ଅବୈଧ ବୋଲି ମଙ୍ଗଳବାର ସେଠାକାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହି ଐତିହାସିକ ନିଷ୍ପତ୍ତି ଯୋଗୁ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କୁ ଶକ୍ତ ଝଟକା ଲାଗିଛି।
ମାସ ଆରମ୍ଭରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ପାର୍ଲାମେଣ୍ଟକୁ ସେପ୍ଟେମ୍ବର ମଧ୍ୟଭାଗରୁ ଅକ୍ଟୋବର ୧୪ ପର୍ଯ୍ୟନ୍ତ ୫ ସପ୍ତାହ ପାଇଁ ନିଲମ୍ବନ କରିଥିଲେ ବା ସ୍ଥଗିତ ରଖିଥିଲେ। ତାଙ୍କ ସରକାରର ନୀତିଗୁଡ଼ିକ ଉପରେ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ନିଜ ଅଭିଭାଷଣରେ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ସେ ଏପରି କରିଥିବା ବୋରିସ୍‌ କହିଥିଲେ। ତେବେ ବିରୋଧୀ ଓ ତାଙ୍କ ନିଜ ଦଳ କଞ୍ଜରଭେଟିଭ୍‌ ପାର୍ଟି ଏମ୍‌ପିମାନେ ଏହାକୁ ବିରୋଧ କରିଥିଲେ। ଅକ୍ଟୋବର ୩୧ ବ୍ରେକ୍‌ଜିଟ୍‌ ତାରିଖ ପୂର୍ବରୁ ଏସମ୍ପର୍କିତ ବିତର୍କର ସମୟକୁ ହ୍ରାସ କରିବା ପାଇଁ ବୋରିସ୍‌ ପାର୍ଲାମେଣ୍ଟକୁ ସ୍ଥଗିତ କରିଥିବା ସେମାନେ ଅଭିଯୋଗ ଆଣିଥିଲେ। ଭାରତୀୟ ବଂଶୋଦ୍ଭବ ବ୍ରେକ୍‌ଜିଟ୍‌ ବିରୋଧୀ କ୍ୟାମ୍ପେନର ଜିନା ମିଲର ଏହି ନିଷ୍ପତ୍ତିକୁ ବ୍ରିଟେନ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ହାଇକୋର୍ଟ ଏହାର ଶୁଣାଣି ସୁପ୍ରିମକୋର୍ଟରେ ହେବ ବୋଲି ସର୍ବୋଚ୍ଚ ଅଦାଲତକୁ ପଠାଇ ଦେଇଥିଲେ। ସୁପ୍ରିମକୋର୍ଟ ଏହାର ଶୁଣାଣି କରି ମଙ୍ଗଳବାର ଐତିହାସିକ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ଅଧ୍ୟକ୍ଷ ଲେଡି ବ୍ରେଣ୍ଡା ହାଲେ କହିଛନ୍ତି, ପାର୍ଲାମେଣ୍ଟକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେବା ଲାଗି ମହାରାଣୀଙ୍କୁ ପରାମର୍ଶ ଦେବା ବେଆଇନ ଥିଲା। ସଂସଦକୁ କର୍ତ୍ତବ୍ୟ ପାଳନରେ ରୋକାଯିବା ଭୁଲ। ଏଥିଯୋଗୁ ଆମ ଗଣତନ୍ତ୍ରର ମୌଳିକ ଢାଞ୍ଚା ଉପରେ ଗଭୀର ପ୍ରଭାବ ପଡ଼ିଛି। ୧୧ ବିଚାରପତି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନେଇଛନ୍ତି ଯେ, ପାର୍ଲାମେଣ୍ଟ ଏବେ ନିଲମ୍ବିତ ହୋଇନାହିଁ। ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତି ବେଆଇନ ଓ ଅବୈଧ। ଆଗକୁ କ’ଣ କରାଯିବ ସେନେଇ ହାଉସ୍‌ ଅଫ୍‌ କମନ୍ସ ଓ ଲର୍ଡସ୍‌ର ବାଚସ୍ପତିମାନେ ନିଷ୍ପତ୍ତି ନେବେ। ରାୟ ପରେ କମନ୍ସ ବାଚସ୍ପତି ଜନ୍‌ ବର୍‌କାଓ କହିଛନ୍ତି, ବୁଧବାରଠାରୁ ପାର୍ଲାମେଣ୍ଟ ପୁଣି ଚାଲିବ। ପୂର୍ବାହ୍ନ ୧୧ଟା ୩୦ରେ ଅଧିବେଶନ ଆରମ୍ଭ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିମନ୍ତେ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିବା ସେ ସ୍ପଷ୍ଟ କରିଛନ୍ତି। ରାଜନୈତିକ ପ୍ରସଙ୍ଗରେ ଅଦାଲତ ହସ୍ତକ୍ଷେପ କରିବା ଅନୁଚିତ ବୋଲି ପୂର୍ବରୁ ମନ୍ତବ୍ୟ ଦେଇଥିତ୍ବା ଜନ୍‌ସନ୍‌ଙ୍କୁ ଅଦାଲତଙ୍କ ରାୟ ଏକ ବଡ଼ ଝଟକା ବୋଲି କୁହାଯାଉଛି। ଜାତିସଂଘ ସାଧାରଣ ସଭାରେ ଯୋଗଦେବା ପାଇଁ ନ୍ୟୁୟର୍କରେ ଥିବା ଜନ୍‌ସନ୍‌ କହିଛନ୍ତି, ରାୟ ସହ ସେ ଏକମତ ନୁହନ୍ତି। ତେବେ ଏହାକୁ ସେ ସମ୍ମାନ ଦେବେ। ଅନ୍ୟପକ୍ଷରେ ଏକ ବାସ୍ତବ ଗଣତନ୍ତ୍ରରେ ପାର୍ଲାମେଣ୍ଟକୁ ନୀରବ କରିଦେବା ଅନୁଚିତ ବୋଲି ୟୁରୋପୀୟ ଆଇନପ୍ରଣେତାମାନେ ରାୟକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri