ବୋର୍ଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଋଣ ଘୋଟାଲା : ତଦନ୍ତ ଆରମ୍ଭ

ଭବାନୀପାଟଣା,୧୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାମରେ କୃଷିଋଣ ସମେତ ବିଭିନ୍ନ ପ୍ରକାର ଋଣ କରି କୋଟିଏରୁ ଅଧିକ ଟଙ୍କା ଆତ୍ମସାତ୍‌ କରିଥିବା ଅଭିଯୋଗ ହୋଇଥିଲା। ଏହି ଅଞ୍ଚଳର ଦୁଧେଲ, ଅର୍ତଲ, କାନ୍ଦୁଲଝର, ଅଜରାଇ, ବଲିପାଟି ଆଦି ଗାଁର ଶତାଧିକ ଚାଷୀଙ୍କ ନାମରେ ବିଭିନ୍ନ ଋଣ କରାଯାଇ ଟଙ୍କା ଆତ୍ମସାତ୍‌ ହୋଇଥିବା ଖବର ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶ ପାଇଥିଲା ା ଚାଷୀଙ୍କ ଜାଲ ଦସ୍ତଖତ, ଭୋଟର ପରିଚୟପତ୍ର, ନକଲି ମାଲଗୁଜାରି, ନକଲି ଆରଓଆର ଓ ଟିିପଚିହ୍ନ ବ୍ୟବହାର କିପରି ଟଙ୍କା ଆତ୍ମସାତ କରାଯାଇଥିଲା ସେନେଇ ବ୍ୟାଙ୍କ ପକ୍ଷରୁ ଏକ ତଦନ୍ତକାରୀ ଦଳ ବୋର୍ଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କକୁ ଆସି ଋଣ କାରବାର ସମ୍ପର୍କିତ ବିଭିନ୍ନ କାଗଜପତ୍ର ଯାଞ୍ଚ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି। ପରେ ଅଭିଯୋଗକାରୀ ଓ ଚାଷୀମାନଙ୍କ ପାଖକୁ ଯାଇ ତଦନ୍ତ ହେବ ବୋଲି ତଦନ୍ତକାରୀ ଦଳରେ ଆସିଥିବା ଆଞ୍ଚଳିକ ମହାପ୍ରବନ୍ଧକ ଅସୀମ ଚନ୍ଦ୍ର ପାତ୍ର ଓ ପ୍ରବନ୍ଧକ ଋଣ ବିଭାଗ ରବୀନ୍ଦ୍ର ନାଥ ମହାପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri