ବୋଲଗଡ଼ ଓ କୃଷ୍ଣପ୍ରସାଦରେ ବାହୁଡ଼ା ଯାତ୍ରା

ବୋଲଗଡ଼,୧୩ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକରେ ଶୁକ୍ରବାର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ନନ୍ଦିଘୋଷ ଭବନସ୍ଥିତ ମାଉସୀ ମା’ ମନ୍ଦିରରୁ ଶ୍ରୀଜୀଉଙ୍କ ବିଗ୍ରହଙ୍କୁ ରଥକୁ ପହଣ୍ଡି ବିଜେ କରାଯାଇଥିଲା। ଅପରାହ୍ନ ୨ଟାରେ ଛେରାପହଁରା କରାଯାଇଥିଲା। ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା ରଥରେ ବିଜେ କରି ମନ୍ଦିର ନିକଟସ୍ଥ ସ୍ଥାନୀୟ ବଜାରରେ ପହଞ୍ଚତ୍ବା ପରେ ଶ୍ରଦ୍ଧାଳୁମାନେ ଭକ୍ତି ଓ ବିଶ୍ୱାସର ସହ ଦର୍ଶନ କରିଥିଲେ। ଶନିବାର ମହାପ୍ରଭୁଙ୍କୁ ସୁନାବେଶ ସଜ୍ଜିତ କରାଯିବାର ସମସ୍ତ ଆୟୋଜନ ଚାଲିଥିବା ସୂଚନା ମିଳିଛି। ସେହିପରି ସାନକୁମାରୀ, ଚମ୍ପାଇଲୋ, ସାଗର ଗାଁ, ଖଉରୁଣୀଠାରେ ମଧ୍ୟ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି।
କୃଷ୍ଣପ୍ରସାଦ-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ ପାରିକୁଦଗଡ଼ଠାରେ ଅନୁଷ୍ଠିତ ବାହୁଡ଼ାଯାତ୍ରାରେ ପାରିକୁଦ ରାଜ ପୁରୋହିତ କମଳ ଚନ୍ଦ୍ର ଦେବତା ଛେରାପହଁରା କରିବା ପରେ ରଥ ଟଣାଯାଇଥିଲା । ଶନିବାର ବଡ ଏକାଦଶୀ ଓ ସୁନାବେଶ ଲାଗି ରଥଯାତ୍ରା ପରିଚାଳନା କମିଟି ତରଫରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ନୀଳକଣ୍ଠ ତ୍ରିପାଠୀ, ବାଉରିବନ୍ଧୁ ଦଳେଇ, ଦୁର୍ଯ୍ୟୋଧନ ନାୟକ, ଅଶୋକ କୁମାର ପଣ୍ଡା, ସୁଶାନ୍ତ କୁମାର ଭାରିମଲ୍ଲ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶାନ୍ତିଶୃଙ୍ଖଳା ନିମନ୍ତେ କୃଷ୍ଣପ୍ରସାଦ ଥାନା ଆଇଆଇସି ସୁଧୀର କୁମାର ସାହୁଙ୍କ ନେତୃତ୍ୱରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ସେହିଭଳି ତିତିପ ପଞ୍ଚାୟତସ୍ଥ ଦେଉଳପଡ଼ାଠାରେ ସ୍ବର୍ଗତ ସନାତନ ଦାସଙ୍କ ନେତୃତ୍ୱରେ ୭ ବର୍ଷ ଧରି ଅନୁଷ୍ଠିତ ଉତ୍ସବରେ ବଡ଼ପଣ୍ଡା ଜଗନ୍ନାଥ ଦାଶ, ବାବୁଲି ଦାଶ, ବଳରାମ ଦାଶ, ଲୋଚନ ଦାଶ, ମନୋଜ ମହାପାତ୍ର ଓ କାଳୁ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?