ବୋଲେରୋ ଧକ୍କାରେ ମହିଳାଙ୍କ ଜୀବନ ଗଲା

ବାଲିଆପାଳ, ୨୫।୧(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବଉଳକୁଞ୍ଜ ପଡ଼ିଆଠାରେ ଅପକିରି ସାମନ୍ତରାୟ ନାମ୍ନୀ ମହିଳାଙ୍କୁ ବୋଲେରୋ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ଘର ପ୍ରତାପୁର ଗ୍ରାମରେ। ଧକ୍କା ଦେଇଥିବା ବୋଲେରୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜାମକୁଣ୍ଡା ଫାଣ୍ଡି ଅଧିକାରୀ ଗାଡ଼ିକୁ ଜବତ କରିଛନ୍ତି। ତାଙ୍କ ବିରୋଧରେ ଏକ ମାମଲା (ନଂ. ୨୯/୨୦୨୦) ରୁଜୁ ହୋଇଛି।
ଶଶଧର ସାମନ୍ତରାୟଙ୍କ ସ୍ତ୍ରୀ ଅପକିରି ପ୍ରତ୍ୟେକ ଦିନ ପରି ଶନିବାର ସକାଳେ ନିଜ ଘରୁ ରାଉତୁଡ଼ା ଆଡ଼କୁ ପ୍ରାତଃ ଭ୍ରମଣରେ ଯାଉଥିଲେ। ସେ ପ୍ରାତଃଭ୍ରମଣ ସାରି ଘରକୁ ଫେରୁଥିବା ବେଳେ ବଉଳକୁଞ୍ଜ ପଡ଼ିଆଠାରେ ପଛରୁ ଏକ ବୋଲେରୋ (ନଂ. ଓଡ଼ି୦୧ଇ-୮୩୩୨) ତାଙ୍କୁ ଧକ୍କା ଦେଇଥିଲା। ଡ୍ରାଇଭର ଅତି ଚତୁରତାର ସହିତ ସେଠାରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ମୁମୂର୍ଷୁ ଅବସ୍ଥାରେ ମହିଳାଙ୍କୁ ଚିକିତ୍ସା ପାଇଁ ବାଲିଆପାଳ ଗୋଷ୍ଠୀ ସ୍ବସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କ ମୃତ ଷୋଷଣା କରିଥିଲେ। ଜାମକୁଣ୍ଡା ଫାଣ୍ଡି ଅଧିକାରୀ ଶାରଳା ପ୍ରସାଦ ମୁଦୁଲି ବୋଲେରୋକୁ ଜବତ କରିବା ସହିତ ଡାକ୍ତରଖାନାରେ ମହିଳାଙ୍କ ଶବ ବ୍ୟବଚ୍ଛେଦ କରାଇବା ପାଇଁ ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?