ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ

ନୂଆଗାଁ,୪।୮(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ୫୭ ନମ୍ବର ଜାତୀୟ ରାଜପଥ ଡିମିରିଝରିଠାରେ ଶନିବାର ମଧ୍ୟାହ୍ନରେ ବୋଲେରୋ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାରୁ ତାଙ୍କୁ ଜାଣିଶୁଣି ଗାଡି ଧକ୍କା କରି ମାରି ଦିଆ ଯାଇଥିବା ମୃତକଙ୍କ ପରିବାର ଅଭିଯୋଗ କରିଛନ୍ତି । ମୃତକ ହେଲେ ଡିମିରିଝରି ଗ୍ରାମର ଜଗନ୍ନାଥ ପ୍ରଧାନ (୩୫) । ଦୁର୍ଘଟଣା ପରେ ଗାଡି ଚାଳକ ବ୍ରଜକିଶୋର ସାହୁ (୩୫) ଥାନାରେ ଆତ୍ମସମର୍ପଣ କରିଛନ୍ତି।
ଡିମିରିଝରିଠାରେ ଏକ ମୋଟର ଗ୍ୟାରେଜ କରି ପରିବାର ପ୍ରତିପୋଷଣ କରନ୍ତି । ସେ ଶନିବାର ମଧ୍ୟାହ୍ନ ୧୨ଟାରେ ଗ୍ୟାରେଜରୁ ଚାଲି ଚାଲି ନିଜ ଘରକୁ ଆସୁଥିବାବେଳେ ପଛପଟୁ ଏକ ବୋଲେରୋ ତାଙ୍କୁ ଧକ୍କା ଦେଇ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଅନ୍ୟ ଏକ ଗ୍ୟାରେଜ ମାଲିକ ବ୍ରଜକିଶୋର ବୋଲେରୋଟି ଚଳାଉଥିଲେ ଓ ସେ ଜଗନ୍ନାଥଙ୍କୁ ଧକ୍କା ଦେଇଥିଲେ। ଜଗନ୍ନାଥ ଗ୍ୟାରେଜ କରିବା ଦିନଠାରୁ ଉଭୟଙ୍କ ମଧ୍ୟରେ ଶତ୍ରୁତା ଲାଗିରହିଥିଲା । ଗତ କିଛିମାସ ତଳେ ବ୍ରଜଙ୍କ ଗ୍ୟାରେଜରେ ନିଆଁ ଲାଗିଯାଇଥିବା ବେଳେ ସେହି ନିଆଁ ଜଗନ୍ନାଥ ଲଗାଇ ଦେଇଥିବା ନେଇ ବ୍ରଜ ଥାନାରେ ଏତଲା ଦେଇଥିଲେ । ଏ ନେଇ ବ୍ରଜ ଜଗନ୍ନାଥଙ୍କୁ ଜୀବନରେ ମାରି ଦେବା ପାଇଁ ଧମକ ଦେଇ ଆସୁଥିଲେ । ତେଣୁ ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ଜଗନ୍ନାଥ ୪ ଦିନ ତଳେ ନୂଆଗାଁ ଥାନାର ଦ୍ୱାରସ୍ଥ ହୋଇଥିଲେ । କିନ୍ତୁ ତାଙ୍କ ଅଭିଯୋଗକୁ ଥାନା ଗୁରୁତ୍ୱ ଦେଇ ନ ଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ବ୍ରଜଙ୍କ ଗ୍ୟାରେଜ ଭଙ୍ଗାରୁଜା କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri