ବୋଲେରୋ ଲୁଟି ନେବାବେଳେ ଦୁର୍ଘଟଣା: ପଥଚାରୀ ବାପା, ଝିଅ, ପୁଅଙ୍କ ଜୀବନ ଗଲା

ଯୋଡା, ୨୮।୧୦(ଡି.ଏନ.ଏ.)-ଏକ ବୋଲେରୋ ଲୁଟ୍‌ କରି ଫେରାର ହୋଇଯିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଏହା ମାଡ଼ି ଯାଇଥିଲା। ଫଳରେ ଗୋଟିଏ ପରିବାରର ବାପ, ଝିଅ, ପୁଅ ବୋଲେରୋ ଚକା ତଳେ ଚାପି ହୋଇ ପ୍ରାଣ ହରାଇଛନ୍ତି। ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ସୋମବାର ସନ୍ଧ୍ୟା ସାଢେ ୫ଟାରେ
ମାଡ୍ରାସ ହଟିଂ ଠାରେ ଘଟିଛି। ଏହାକୁ କେନ୍ଦ୍ର କରି ଚାପା ଉତ୍ତେଜନା ଦେଖାଦେଇଥିଲା।
କେନ୍ଦୁଝର ଜିଲା ଯୋଡା ସହରର ଗଣେଶ ଭବନଠାରେ ୨ ଜଣଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଥିବା ଜଣାପଡିଛି । ଘଟଣାସ୍ଥଳରୁ ଜଣାପଡିଛି ଯେ, ସୋମବାର ଯୋଡା ସହରର ଫେରୋ ମାଙ୍ଗାନିଜ୍‌ ପ୍ଲାଣ୍ଟ ନିକଟରୁ ଏକ ବୋଲେରୋ (ନଂ ଓଆର୦୨ ଏଏନ୍‌ ୫୦୮୬ ଲୁଟ୍‌ କରି ଫେରାର ହୋଇଯାଉଥିବା ବେଳେ ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ଗଣେଶ ଭବନ ନିକଟ ରାସ୍ତା ପାର୍ଶ୍ୱରେ ଯାଉଥିବା ଦୁଲୁନ ଲୋହାର (୩୫) ଓ ତାଙ୍କ ୩ ବର୍ଷର ପୁଅ ମୁନୁ ଲୋହାର, ୫ବର୍ଷର ଝିଅ ପ୍ରିୟା ଉପରେ ଅନିୟନ୍ତ୍ରିତ ହୋଇ ବୋଲେରୋଟି ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଲୁନ ଲୋହାରଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୨ଜଣଙ୍କୁ ଯୋଡାସ୍ଥିତ ଟାଟାଷ୍ଟିଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ହେଁ, ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ଘଟାଇଥିବା ତଥା ଲୁଟ୍‌ କରି ବେଲେରୋ ନେଇ ଫେରାର ହୋଇଯାଉଥିବା ଡ୍ରାଇଭର ଯୋଡା ଅଞ୍ଚଳର ଗୁଲୁଆ ଖାନ୍‌ ବୋଲି ଜଣାପଡିଛି । ସେ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର, ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri