Posted inଖେଳ

ବୋଲ୍ଟଙ୍କ ଟାଇମିଂକୁ ପଛରେ ପକାଇଥିବା ଧାବକଙ୍କୁ ଡକାଇଲେ କ୍ରୀଡ଼ାମନ୍ତ୍ରୀ ରିଜିଜୁ

ନୂଆଦିଲ୍ଲୀ,୧୫।୨- ପାରମ୍ପରିକ କ୍ରୀଡ଼ା କମ୍ବାଲ ଜକିର ଦ୍ରୁତତମ ଧାବକ ଶ୍ରୀନିବାସ ଗୋଡ଼ାଙ୍କୁ ପେଶାଦାର କ୍ରୀଡ଼ାବିତ ହେବାର ସୁଯୋଗ ମିଳିଛି। ସେ ଏବେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ)ର କୋଚ୍‌ଙ୍କ ନେତୃତ୍ୱରେ ଟ୍ରାଏଲ୍ସର ସମ୍ମୁଖୀନ ହେଉଛନ୍ତି। କର୍ନାଟକର ଶ୍ରୀନିବାସଙ୍କୁ ସାଇ କୋଚ୍‌ ଡକାଇଛନ୍ତି। ସାଧାରଣରେ ଅଲିମ୍ପିକ୍ସ ଆଥ୍‌ଲେଟକ୍ସ ଷ୍ଟାଣ୍ଡାର୍ଡ ସମ୍ପର୍କରେ ଅଧିକ ଜଣା ନାହିଁ। ଅଲିମ୍ପିକ୍ସରେ ଆଥ୍‌ଲେଟଙ୍କ ଶକ୍ତି ଓ ଧର୍ଯ୍ୟର ପରୀକ୍ଷା ହୁଏ। ଏବେ ଦେଶରେ କୌଣସି ପ୍ରତିଭାଶାଳୀ ଆଥ୍‌ଲେଟ ସୁଯୋଗରୁ ବଞ୍ଚିତ ରହିବେ ନାହିଁ ବୋଲି ଆଶ୍ୱସନା ଦେଇଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ ଟୁଇଟ୍‌ କରିଛନ୍ତି। ପାରମ୍ପରିକ କ୍ରୀଡ଼ା କମ୍ବାଲ ପ୍ରତିଯୋଗିତାରେ ୧୪୫ ମିଟର ଦୌଡ଼ରେ ୧୩.୬୨ ସେକେଣ୍ଡ ଟାଇମିଂ ହାସଲ କରି ରାତାରାତି ସେନସେଶନ ପାଲଟି ଯାଇଥିଲେ। ତାଙ୍କୁ ବିଶ୍ୱର ଦ୍ରୁତତମ ଧାବକ ଉସେନ ବୋଲ୍ଟଙ୍କ ସହ ତୁଲନା କରାଯାଇଥିଲା। ୧୦୦ ମି. ଦୌଡ଼ରେ ବୋଲ୍ଟ ୯.୫୮ ଟାଇମିଂ ହାସଲ କରିଥିଲେ, ଯହାକି ବିଶ୍ୱ ରେକର୍ଡ। କିନ୍ତୁ ଗୌଡ଼ା ସମାନ ଦୂରତାକୁ କମ୍ବାଲ ପ୍ରତିଯୋଗିତାରେ ୯.୫୫ ସେ. ଟାଇମିଂ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri