ବୋଷ୍ଟନ୍‌ ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍‌ ଆର୍ଟ ଚାମ୍ପିୟନ୍‌ଶିପ୍‌ : ସୁଦର୍ଶନଙ୍କୁ ‘ପିପୁଲ୍‌ସ ଚଏସ୍‌ ଆଓ୍ବାର୍ଡ’

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ଖ୍ୟାତନାମା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆମେରିକାରେ ଅନୁଷ୍ଠିତ ବୋଷ୍ଟନ୍‌ ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍‌ ଆର୍ଟ ଚାମ୍ପିୟନଶିପ୍‌ ୨୦୧୯ରେ ପିପୁଲ୍‌ସ ଚଏସ୍‌ ଆଓ୍ବାର୍ଡ ଜିତି ସମଗ୍ର ଦେଶ ପାଇଁ ଗୌରବ ଆଣିଛନ୍ତି। ସୁଦର୍ଶନ ନିଜ ବାଲୁକା କଳାରେ ପ୍ଲାଷ୍ଟିକ୍‌ ପ୍ରଦୂଷଣର କରାଳ ରୂପକୁ ଦର୍ଶାଇ ଆମେରିକୀୟଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛନ୍ତି। ବୋଷ୍ଟନରେ ଅନୁଷ୍ଠିତ ରିଭର ବିଚ୍‌ ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍‌ ସ୍କ୍ଲପ୍‌ଟିଂ ଫେଷ୍ଟିଭାଲ ୨୦୧୯ରେ ଶ୍ରେଷ୍ଠ ବିବେଚିତ ବିଶ୍ୱର ୧୫ଜଣ ଖ୍ୟାତନାମା ବାଲୁକା ଶିଳ୍ପୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ ସୁଦର୍ଶନ ‘ଷ୍ଟପ୍‌ ପ୍ଲାଷ୍ଟିକ୍‌ ପଲ୍ୟୁଶନ୍‌, ସେଭ୍‌ ଆଓ୍ବାର୍‌ ଓସେନ୍‌’ ଥିମ୍‌ ଅର୍ଥାତ୍‌ ଆମ ସମୁଦ୍ରକୁ ପ୍ଲାଷ୍ଟିକ୍‌ ପ୍ରଦୂଷଣରୁ ମୁକ୍ତ କରିବାର ବାର୍ତ୍ତାନେଇ ବାଲୁକାକଳା କରିଥିଲେ। ଏକ କଇଁଛ ପ୍ଲାଷ୍ଟିକ୍‌ ବ୍ୟାଗ୍‌ରେ ଛନ୍ଦି ହୋଇଯାଇଥିବାବେଳେ ଏକ ବିଶାଳ ମାଛ ଶରୀରରେ ପ୍ଲାଷ୍ଟିକ୍‌ ବୋତଲ, ପ୍ଲାଷ୍ଟିକ୍‌ ଚପଲ ଭଳି ଆବର୍ଜନା ରହିଥିବା ଏହି ସ୍ଥାପତ୍ୟରେ ପ୍ରତିଫଳିତ ହୋଇଥିଲା। ସେହିଭଳି ଉକ୍ତ ମାଛକୁ ଖାଇ ମଣିଷ କିଭଳି ବିଭିନ୍ନ ରୋଗର ଶିକାର ହେଉଛି ଏବଂ ପ୍ରତ୍ୟେକ୍ଷ ଓ ପରୋକ୍ଷଭାବେ ମନୁଷ୍ୟ ହିଁ ପ୍ଲାଷ୍ଟିକ୍‌ ପ୍ରଦୂଷଣର ଶିକାର ହେବାକୁ ଯାଉଛି, ତାହାକୁ ସୁଦର୍ଶନ ନିଜ ବାଲୁକା କଳା ମାଧ୍ୟମରେ ଦେଖାଇଥିଲେ। ଏହି ପ୍ରତିଯୋଗିତାରେ ବହୁସଂଖ୍ୟାରେ ଭାରତୀୟ ଉପସ୍ଥିତ ରହି ତ୍ରିରଙ୍ଗା ଦେଖାଇ ସୁଦର୍ଶନଙ୍କୁ ସମର୍ଥନ କରିଥିଲେ।
ତେବେ ସୁଦର୍ଶନ ପାଇଥିବା ପୁରସ୍କାରକୁ ସେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଯେଉଁମାନେ ଏହି ବାଲୁକା କଳା ସପକ୍ଷରେ ଭୋଟ୍‌ କରି ମୋତେ ଜିତାଇଛନ୍ତି ସେମାନେ ବାସ୍ତବରେ ପ୍ଲାଷ୍ଟିକ୍‌ର ବ୍ୟବହାରକୁ ବିରୋଧ କରିଛନ୍ତି ବୋଲି ସେ କହିଛନ୍ତି। ଏଥିସହ ସୁଦର୍ଶନ ନ୍ୟୁୟର୍କରେ ଅବସ୍ଥାପିତ ଭାରତର କନ୍‌ସଲ୍‌ ଜେନେରାଲ ସନ୍ଦୀପ ଚୌଧୁରୀ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା କେବଳ ଓଡ଼ିଶା ପାଇଁ ନୁହେଁ, ସମଗ୍ର ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ। ନିଜ ବାଲୁକା କଳା ମାଧ୍ୟମରେ ସାମାଜିକ ପରିବର୍ତ୍ତନର ବାର୍ତ୍ତାଦେବାକୁ ସୁଦର୍ଶନ ପଟ୍ଟନାୟକ ସର୍ବଦା ପ୍ରଚେଷ୍ଟା କରିଆସିଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri