ବୋହୂଙ୍କୁ ନିର୍ଯାତନା: ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ମହିଳାଙ୍କ ଥାନା ଘେରାଉ

ରଣପୁର, ୯ା୩(ସ୍ବ.ପ୍ର.): ଦେଶବ୍ୟାପୀ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇ ନାରୀ ସୁରକ୍ଷା ଓ ଅଧିକାର ଉପରେ ସଚେତନତା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ନୟାଗଡ଼ ଜିଲା ରଣପୁର ଅଞ୍ଚଳରେ ସୋମବାର ଏହାର ବିପରୀତ ଘଟଣା ଦେଖିବାକୁ ମିଳିଛି l ଜଣେ ବୋହୂଙ୍କୁ ତାଙ୍କ ଶାଶୁ ଶାରୀରିକ ନିିର୍ଯାତନା ଦେଉଥିବାବେଳେ ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ଗ୍ରାମର ମହିଳାମାନେ ସକାଳ ୧୦ଟାରୁ ରଣପୁର ଥାନା ଘେରାଉ କରିଥିଲେ। ଘଟଣାରୁ ପ୍ରକାଶ ଯେ, ରଣପୁର ନିକଟ ରଘୁନାଥପୁର ଗ୍ରାମର ଅଜୟ ବିଶ୍ୱାଳ ନିରାକାରପୁର ଥାନା ସାମନ୍ତରାପୁର ଗ୍ରାମର ଭାଗୀରଥି ସାମନ୍ତରାୟଙ୍କ ଝିଅ ଟିକିନା ବିଶ୍ୱାଳଙ୍କୁ ୪ବର୍ଷ ତଳେ ବିବାହ କରିଥିଲେ l ବିବାହର କିଛିଦିନ ଭଲରେ କଟିବା ପରେ ଅଧିକ ଯୌତୁକ ପାଇଁ ଟିକିନାଙ୍କ ଉପରେ ଶାଶୁଘର ଲୋକେ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଏପରି କି ଗାଳିଗୁଲଜ ସହ ମାଡ଼ ମାରୁଥିବା ଅଭିଯୋଗ କରାଯାଇଛି। ଏପରିସ୍ଥଳେ ସୋମବାର ସକାଳୁ ଟିକିନାଙ୍କୁ ତାଙ୍କ ଶାଶୁ ଠେଙ୍ଗାରେ ପିଟୁଥିବା ଦେଖି ଗ୍ରାମର ମହିଳାମାନେ ପହଞ୍ଚତ୍ଥିଲେ। ସେମାନେ ଟିକିନାଙ୍କୁ ଉଦ୍ଧାର କରି ରଣପୁର ଥାନାକୁ ଆଣିଥିଲେ l ଥାନାରେ ଅଭିଯୋଗ ପରେ ସେମାନେ ଟିକିନାଙ୍କୁ ନ୍ୟାୟ ଦେବାକୁ ଦାବି କରିଥିଲେ। ହେଲେ ପୋଲିସ ପକ୍ଷରୁ କୌଣସି ତତ୍ପରତା ପ୍ରକାଶ ନ ପାଇବାରୁ ସେମାନେ ଥାନା ଘେରାଉ କରିବାକୁ ବାଧ୍ୟ ହୋଇଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri