ରଣପୁର,୩ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳର ଜଣେ ବୋହୂଙ୍କୁ ଶାଶୁଘର ଲୋକେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ମହିଳାଙ୍କ ମା’ ମଙ୍ଗଳବାର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଶାଶୁଘର ଲୋକଙ୍କ ନାମରେ ଏକ ମାମଲା (ନଂ. ୬୭/୧୯) ରୁଜୁ କରି ଘଟଣାର ତଦନ୍ତ କରୁଛି। ହେଲେ ଗିରଫ ଭୟରେ ଶାଶୁଘର ଲୋକେ ଫେରାର ହୋଇଯାଇଛନ୍ତି। ମୃତକ ହେଲେ ଏହି ଥାନା ଓସ୍ତପଡା ଗ୍ରାମର ସୁରଥ ସିଂଙ୍କ ଝିଅ ମିଲି ସିଂ (୨୮)। ଥାନାରେ ମିଲିଙ୍କ ମା’ ନଳିନୀ ସିଂ କରିଥିବା ଅଭିଯୋଗ ଅନୁଯାୟୀ, ୧୫ ବର୍ଷ ତଳେ ଏହି ଥାନା ଅନ୍ତର୍ଗତ ଜଙ୍କିଆ ଗ୍ରାମର ବଂଶୀଧର ମାଝିଙ୍କ ପୁଅ ବିଭୂତି ମାଝିଙ୍କୁ ମିଲି ବୈଦିକ ରୀତିରେ ବିବାହ କରିଥିଲେ। ସେତେବେଳେ ଝିଅକୁ ଯୌତୁକ ସହିତ ସମସ୍ତ ଘରକରଣା ଜିନିଷ ଦିଆଯାଇଥିଲା ା କିଛିଦିନ ଠିକ୍ରେ ଚଳିବା ପରେ ଅଧିକ ଯୌତୁକ ପାଇଁ ଝିଅ ଉପରେ ଶ୍ୱଶୁର ଘର ଲୋକେ ଚାପ ପକାଇଥିଲେ। ଏହାକୁ ନେଇ ବୋହୂ ଓ ଶାଶୁଘର ଲୋକଙ୍କ ମଧ୍ୟରେ ମତାନ୍ତର ଆରମ୍ଭ ହୋଇଥିଲା। ଏପରିସ୍ଥଳେ ଗତ ରବିବାର ଝିଅକୁ ବିଷଦେଇ ଶାଶୁଘର ଲୋକେ ମାରିଦେବାକୁ ଉଦ୍ୟମ କରିଥିଲେ। ଘଟଣା ପ୍ରଚାରିତ ହେବାରୁ ସେମାନେ ମିଲିଙ୍କୁ ଚାନ୍ଦପୁର ସରକାରୀ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣା ନେଇ ଜ୍ୱାଇଁ ବିଭୂତି ଶାଶୁଙ୍କୁ ଫୋନ କରି ଜଣାଇଥିଲେ। ଖବର ପାଇ ଝିଅର ମା’ବାପା ମଙ୍ଗଳବାର ଭୁବନେଶ୍ୱରରେ ପହଞ୍ଚତ୍ଲା ବେଳକୁ ମିଲିଙ୍କ ମୃତ୍ୟୁ ଘଟିସାରିଥିଲା। ସେଠାରେ ଶ୍ୱଶୁର ଘର ଲୋକେ ନ ଥିବା ସେମାନେ ଦେଖିଥିଲେ। ଏ ନେଇ ଡାକ୍ତରଖାାନା ତରଫରୁ ନୟାପଲ୍ଲୀ ଥାନାକୁ ଜଣାଯିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ
ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…
ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍ ହ୍ୟାଣ୍ଡ୍ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍ କରାଇବା ପାଇଁ କହି…
ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…
ଓଡ଼ଗାଁ ହତ୍ୟା: ସିନ୍ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…
ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…
ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…
ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…
ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍, ଅଜଗର ପାଖରେ…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…
ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…
ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ
ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…
ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…
ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍ ନ ଥିବାବେଳେ…
Archives

