ବୋହୂଙ୍କୁ ମାରି ପୋଡ଼ିଦେବା : ଘଟଣାରେ ୫ ଗିରଫ

ବୁଗୁଡ଼ା,୮ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ଗୌଡ଼ିଆବୋରଦା ଗ୍ରାମରେ ବୋହୂକୁ ହତ୍ୟା କରିି ପୋଡ଼ି ଦେବା ଘଟଣାରେ ବାଲିପଦର ଫାଣ୍ଡି ଅଧିକାରୀ ଭଗବାନ ପୂଜାରୀ ବୁଧବାର ୫ ଜଣଙ୍କୁ କୋର୍ଟଚାଲାଣ କରଛନ୍ତି। ଗିରଫ ହେଲେ ଶ୍ୱଶୁର ଭୀମ ନାୟକ, ଶାଶୁ କସ୍ତୁରୀ, ସ୍ବାମୀ ଶିଶିର, ଦେଢ଼ଶୁର ଅରୁଣ ଓ ଜାଆ ଶାନ୍ତି । ମୃତ ବୋହୂଙ୍କ ଦାଦାଙ୍କ ଅଭିଯୋଗ କ୍ରମେ ବୁଗୁଡ଼ା ପୋଲିସ ନଂ. ୧୮୧/୧୮ରେ ହତ୍ୟା ମାମଲା ରୁଜୁ କରିଥିଲା। ପ୍ରକାଶ ଯେ, ଶିଶିର ୧୮ ଫେବୃୟାରୀ ୨୦୧୮ରେ କବିସୂର୍ଯ୍ୟନଗର ଥାନା ଗଙ୍ଗାପୁର ରଘୁନାଥପଲ୍ଲୀ ବିପିନ ନାହାକଙ୍କ ଝିଆରୀ ପୃଥିବୀଙ୍କୁ ବିବାହ କରିଥିଲେ। ବିବାହ ହେବାର ୬ ମାସ ପରେ ଅର୍ଥାତ୍‌ ୧୮ ଅଗଷ୍ଟରେ କୌଣସି କାରଣଙ୍କୁ ନେଇ ଶ୍ୱଶୁର ଘର ଲୋକେ ପୃଥିବୀଙ୍କ ମୁଣ୍ଡକୁ ପିଟି ମାରିଦେଇ ବାରିପଟେ ପୋଡ଼ି ଦେଇଥିଲେ। ଖବର ପାଇ ପୃଥିବୀଙ୍କ ଦାଦା ଥାନାରେ ଜଣାଇଥିଲେ। ବାଲିପଦର ଫାଣ୍ଡି ଅଧିକାରୀ ତା’ପରଦିନ ଘଟଣାସ୍ଥଳରେ ପହଞ୍ଚତ୍ଲା ବେଳକୁ ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ବୁଧବାର ପୋଲିସ ପୃଥିବୀଙ୍କ ସ୍ବାମୀ, ଶ୍ୱଶୁର, ଶାଶୁ, ଦେଢ଼ଶୁର ଓ ଜାଆଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri