ଭଦ୍ରକ ଅଫିସ, ୧୬।୧୧: ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଭାଟପଡ଼ା ପଞ୍ଚାୟତର ଶଂଖିଡା ଗଁାରେ ବୋହୂ ମାନ୍ୟତା ପାଇବା ପାଇଁ ଜଣେ ମହିଳା ସୋମବାରଠାରୁ ଶାଶୁଘର ଆଗରେ ଧାରଣା ଦେଇଥିଲେ। ତାଙ୍କ ବାପଘର ଧୂଷୂରୀ ଥାନା ଅଧୀନ ଖଡ଼ିମାହାରା ଅଞ୍ଚଳରେ। ସେ ଅଭିଯୋଗ କରିଥିଲେ ଯେ, ୨୦୧୬ରେ ଭଦ୍ରକ ମହିଳା କଲେଜରେ ପଢୁଥିବା ବେଳେ ଶଂଖିଡା ଗଁାର ଜଣେ ଯୁବକଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ଘର ଲୋକ ବିରୋଧ କରିବାରୁ ଯୁବକ ଜଣଙ୍କ ୨୦୧୯ରେ ତାଙ୍କୁ ନେଇ ଭୁବନେଶ୍ୱର ପଳାଇ ଯାଇଥିଲେ। ୨୦୨୦ରେ ସେମାନେ ଫେରି ଭଦ୍ରକ ସହର ଲୋକନାଥ ମନ୍ଦିର ଓ କୋର୍ଟରେ ବିବାହ କରିଥିଲେ। ବିବାହ ପରେ ସେମାନେ ହାଇଦ୍ରାବାଦରେ ରହୁଥିଲେ। ସେଠାରେ ତାଙ୍କ ସ୍ବାମୀଙ୍କ ଦେହ ଅସୁସ୍ଥ ହେବାରୁ ୫ ମାସ ତଳେ ଗଁାକୁ ଫେରିଆସିଥିଲେ। ତାଙ୍କୁ ବାପଘରେ ଛାଡ଼ି ସ୍ବାମୀ ନିଜ ଗଁାକୁ ଯାଇଥିଲେ। ପରିବାର ଲୋକଙ୍କ ସହ କଥା ହୋଇ ତାଙ୍କୁ ଘରକୁ ନେଇଯିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ହେଲେ ସେବେଠାରୁ ସେ ତାଙ୍କ ସହ କୌଣସି ଯୋଗାଯୋଗ ରଖି ନ ଥିବାବେଳେ ଏବେ ଅନ୍ୟତ୍ର ବିବାହ ପାଇଁ ପ୍ରସ୍ତୁତ ହେଉଛନ୍ତି। ଗତ ଜୁଲାଇରେ ଏନେଇ ସେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ବାରମ୍ବାର ଗୁହାରି ପରେ ବି ପୋଲିସ କିଛି ନ ବୁଝିବାରୁ ସେ ବାଧ୍ୟହୋଇ ଭଦ୍ରକ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ପରେ ଜୁଲାଇ ୧୪ରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ପୋଲିସ କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେଉଥିବାରୁ ସେ ଧାରଣା ନିଷ୍ପତ୍ତି ନେଇଥିଲେ। ମଙ୍ଗଳବାର ଚାନ୍ଦବାଲି ଏସ୍ଡିପିଓ ଦେବୀଶଙ୍କର ପ୍ରତାପ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଲିଖିତ ପ୍ରତିଶ୍ରୁତି ଦେବା ପରେ ମହିଳା ଜଣଙ୍କ ଧାରଣାରୁ ଉଠିଥିଲେ।
Posted inଆମ ଜିଲା ଖବର, ଭଦ୍ରକ View All
ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...
ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…
ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...
୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ: ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା
ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...
ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା
ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...
ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍ଲାଇଫ୍ ମ୍ୟୁଚୁଆଲ ଫଣ୍ଡ୍ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା
କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...
ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ
ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...
ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର
ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...
ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍
ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...
Archives


