ବୌଦ୍ଧକୁ ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଭେଟି: ଘୋଷଣା କଲେ ୧୧୪ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୌଦ୍ଧ ମହୋତ୍ସବର ଉଦ୍‌ଘାଟନ କରିଛନ୍ତି। ଏଥିସହ ଜିଲାର ସାମଗ୍ରିକ ଉନ୍ନତି ପାଇଁ ପ୍ରାୟ ୧୧୪ କୋଟି ଟଙ୍କା ବ୍ୟୟରେ ୨୭ ପ୍ରକଳ୍ପ ମଧ୍ୟ ଶୁଭାରମ୍ଭ କରିଛନ୍ତି। ବୌଦ୍ଧ ମହୋତ୍ସବ ଜିଲା ତଥା ରାଜ୍ୟରେ କଳାର ପ୍ରସାର କ୍ଷେତ୍ରରେ ସହାୟକ ହେବ। ଅନେକ କଳାକାରଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ନୂଆବର୍ଷ ଅବସରରେ ବୌଦ୍ଧବାସୀଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ ବୌଦ୍ଧ ସହରର ପାନୀୟ ଜଳ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟ ନିର୍ମାଣ ପାଇଁ ୬୦ କୋଟି ଟଙ୍କାର ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ ଉଲ୍ଲେଖ କରିଥିଲେ। ଏହି ନିର୍ମାଣ କାର୍ଯ୍ୟକୁ ଧାର୍ଯ୍ୟ ସମୟରେ ସାରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଜିଲାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି କୁହାଯାଇଛି। ସେହିଭଳି ଶୁଭାରମ୍ଭ କରାଯାଇଥିବା ଅନ୍ୟ ପ୍ରକଳ୍ପ ମଧ୍ୟରେ ରହିଛି- ସଡ଼କ ପ୍ରକଳ୍ପ, ସ୍ପୋର୍ଟସ କମ୍ପ୍ଲେକ୍ସ, ଛାତ୍ରୀନିବାସ ନିର୍ମାଣ ଭଳି ଅନେକ ପ୍ରମୁଖ ଯୋଜନା। ଏହି ସମସ୍ତ ପ୍ରକଳ୍ପ ଜିଲାର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ସିଏମ୍‌ଓ ମୁଖ୍ୟ ଉପଦେଷ୍ଟା ଆର୍‌.ବାଲକ୍ରିଷ୍ଣନଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଏବଂ ବୌଦ୍ଧ ଜିଲାପାଳ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସରରେ ବୌଦ୍ଧ ଜିଲାର କଳାକାରମାନେ ପ୍ରସ୍ତୁତ କରିଥିବା ଏକା ମାଟିର ବୁଦ୍ଧମୂର୍ତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri