ବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ପାଳନ

ବୌଦ୍ଧ,୩୦ା୧୦(ସ୍ବ.ପ୍ର.): ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା ମାମଲାର ସିବିଆଇ ତଦନ୍ତ ଓ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ହେଉଥିବା ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର କରିବା ଦାବିରେ ଶନିବାର ବୌଦ୍ଧ ଜିଲା ଭାଜପା ପକ୍ଷରୁ ବୌଦ୍ଧ ଜିଲା ବନ୍ଦ ଡାକରା ଦିଆଯାଇଛି। ଶନିବାର ସକାଳ ୬ଟାରୁ ଜିଲାର ନେତା ଓ କର୍ମୀମାନେ ସହରର ବ୍ରିଜ୍‌ ଛକ, ଏଏନ୍‌ସି ଛକ, ବୁଟୁପାଲି ଛକ ଉପରେ ଠିଆ ହୋଇ ବନ୍ଦପାଳନ କରିଥିଲେ। ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ଉପରେ ବିଭିନ୍ନ ନାରାଦେଇ ନେତା ଓ କର୍ମାମାନେ ବନ୍ଦ କରିଥିଲେ। ଏହି ବନ୍ଦ ଯୋଗୁ ଜିଲାର ସମସ୍ତ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହେବା ସହ ଦୋକାନ ବଜାର, ବିଦ୍ୟାଳୟ ଓ ସରକାରୀ କାର୍ଯ୍ୟାଳୟ, କୋର୍ଟଗୁଡ଼ିକ ବନ୍ଦ ହୋଇଯାଇଛି । ପୂର୍ବାହ୍ନରେ ନେତା ଓ କର୍ମୀମାନେ ସମସ୍ତ ସରକାରୀ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବା ସହ ବନ୍ଦ କରିଥିଲେ। ବନ୍ଦରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦିଆଯାଇଛି। ସେହିପରି ଜିଲାର ଚାରିଛକ, ପୁରୁଣାକଟକ, ବାଉଁଶୁଣୀ, ମନମୁଣ୍ଡା ଓ କଣ୍ଟମାଳ ଆଦି ଅଞ୍ଚଳରେ ମଧ୍ୟ ବନ୍ଦ ପାଳନ ହୋଇଛି। ବନ୍ଦପାଳନରେ ଜିଲା ଭାଜପା ସଭାପତି ବିପ୍ର ଚରଣ ମହାନ୍ତି, ଯୁବ ମୋର୍ଚ୍ଚା ସଭାପତି ଅଟଳ କୁମାର ପ୍ରଧାନ ଓ ମହିଳା ମୋର୍ଚ୍ଚା ସଭାନେତ୍ରୀ ମିନାରାଣୀ ମିଶ୍ର ଓ ଉପସଭାନେତ୍ରୀ ନମିତାରାଣୀ ଦାଶ, ମନୋରଞ୍ଜନ ଦାସ, ବନମାଳୀ ରଣା, ଶ୍ୟାମସୁନ୍ଦର ପୁରୋହିତ, ମାଗୁଣି ଗାଇଗୌରିଆଙ୍କ ସମେତ ବହୁ ନେତା ଓ କର୍ମା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri