ବୌଦ୍ଧରେ ୭୧ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ଜିଲାପାଳ

ବୌଦ୍ଧ,୨୬।୧(ସ୍ବ.ପ୍ର.): ବୌଦ୍ଧ ସହରର କଚେରୀ ପଡ଼ିଆଠାରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ମହାନ ଦେଶ ଭାରତ ପାଇଁ ସମସ୍ତେ ମିଳିମିଶି କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ପରେଡ୍‌କୁ ରିଜର୍ଭ ଇନ୍ସିପେକ୍ଟର ରାଜୀବ ଲୋଚନ ସେଟ୍‌ ପରିଚାଳନା କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।