ବୌଦ୍ଧ ଜିଲାରେ ୮୨ ସଙ୍ଗରୋଧ କେନ୍ଦ୍ର

ବୌଦ୍ଧ, ୩୧ା୩(ସ୍ବପ୍ର): କରୋନା ସଂକ୍ରମଣ ମୁକାବିଲା ପାଇଁ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଜିଲାରେ ୩ଟି ବ୍ଲକ ଓ ଏନଏସିରେ ୮୨ଟି ସ୍ଥାନକୁ ସଙ୍ଗରୋଧ କେନ୍ଦ୍ର ଭାବରେ ଚିହ୍ନଟ କରାଯାଇଥିବା ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୂଚନା ଦେଇଛନ୍ତି। ସଙ୍ଗରୋଧ କେନ୍ଦ୍ରଗୁଡିକରେ ବିଦ୍ୟୁତ, ପାଣି ଓ ପାଇଖାନା ବ୍ୟବସ୍ଥା ହୋଇସାରିଛି। ଲକ୍‌ଡାଉନ ଯୋଗୁଁ ଖଟ ବ୍ୟବସ୍ଥାରେ କିଛିଟି ବିଳମ୍ବ ହୋଇଛି। ତେବେ ଖୁବ୍‌ଶୀଘ୍ର ପ୍ରତ୍ୟେକ କେନ୍ଦ୍ରରେ ସମସ୍ତ ବ୍ୟବସ୍ଥା ସମ୍ପୂର୍ଣ୍ଣ କରାଯିବ ବୋଲି ଜିଲାପାଳ ମିଶ୍ର କହିଛନ୍ତି। ବୌଦ୍ଧ ସହରର ପୂରୁଣା ଜେଲଠାରେ ପ୍ରସ୍ତୁତ ହୋଇଥିବା ସଙ୍ଗରୋଧ କେନ୍ଦ୍ରକୁ ଜିଲାପାଳ ମିଶ୍ର ମଙ୍ଗଳବାର ପରିଦର୍ଶନ କରିବା ସହିତ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଜିଲାରେ କୌଣସି ବ୍ୟକ୍ତିଙ୍କୁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇ ନାହିଁ। ତେବେ ବାହାରୁ ଆସିଥିବା ଲୋକମାନଙ୍କୁ ସେମାନଙ୍କ ନିଜ ଘରେ ରହିବା ପାଇଁ ଓ ବାହାର ଲୋକଙ୍କ ସହିତ ମିଳାମିଶା ନକରିବାକୁ ପରାମର୍ଶ ଦିଆଯାଇଛି। ବୌଦ୍ଧ ଏନଏସିରେ ୨୪ଜଣ ଶ୍ରମିକଙ୍କୁ ରାତ୍ରିକାଳୀନ ବିଶ୍ରାମ ଗୃହରେ ରଖାଯାଇଛି। ସେହିପରି ଜିଲାରେ ୨୨୭୯ ଜଣଙ୍କ ପାଇଁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି। ବୌଦ୍ଧ ଏନଏସିରେ ୭୨ ଜଣ, ବୌଦ୍ଧ ବ୍ଲକରେ ୧୯୭, ହରଭଙ୍ଗା ବ୍ଲକରେ ୮୭୦ ଜଣ ଓ କଣ୍ଟାମାଳ ବ୍ଲକରେ ୧୧୪୬ ଜଣଙ୍କ ପାଇଁ ପ୍ରଶାସନ ପକ୍ଷରୁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି। ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶଶାଙ୍କ ଶେଖର ଦାଶ, ଉପଜିଲାପାଳ ଏନସି ଜ୍ୟୋତି ରଞ୍ଜନ ନାଏକ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଲକ୍ଷ୍ମୀଧର ସାହୁ, ଏନଏସି ନିର୍ବାହୀ ଅଧିକାରୀ ଇଂ.ମନୋରଞନ ପଣ୍ଡା, ତିନି ବ୍ଲକର ବିଡିଓ, ତହସିଲଦାରଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀମାନେ ସଙ୍ଗରୋଧ କେନ୍ଦ୍ରଗୁଡିକ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri