ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା ଶନିବାର ବୌଦ୍ଧ ଜିଲା କରୋନା ମୁକ୍ତ ହୋଇଥିବା ସିଡିଏମଓ ଡା. ଲକ୍ଷ୍ମୀଧର ସାହୁ ଜଣାଇଛନ୍ତି ା ଏହି ଜିଲାରେ ପ୍ରଥମେ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ା ଏହାର କିଛି ଦିନ ପରେ ଅନ୍ୟ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ା ଏହାର ଏକ ସପ୍ତାହ ପରେ ଜିଲାରେ ଗୋଟିଏ ଦିନରେ ୨୮ ଜଣ ପଜିଟିଭ ଚିହ୍ନଟ ହେବା ଜଣାପଡିବା ପରେ ଜିଲାବାସୀ ଆତଙ୍କିତ ହେବା ସହ ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଥିଲା ା ପୂର୍ବରୁ ଜିଲାର ୫ ଜଣ ସୁସ୍ଥ ହୋଇଥିବା ବେଳେ ଶନିବାର ୨୮ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ା ଜିଲାର ସମସ୍ତ ୩୩ ଜଣ କରେନା ଆକ୍ରାନ୍ତ ସୁସ୍ଥ ହେବା ଖୁସି ଖବର ହୋଇଥିବା ବେଳେ ଜିଲା କରୋନା ମୁକ୍ତ ହୋଇଛି ା
ପ୍ରକାଶଥାଉ କି , ଗୋଟିଏ ଦିନରେ ୨୮ ଜଣ ପଜିଟିଭ ବାହରିବା ପରେ ୨୧ ଜଣଙ୍କୁ ବୌଦ୍ଧ କୋଭିଡ କେୟାର ସେଣ୍ଟରରେ ରଖାଯାଇ ଚିକିତ୍ସିତ କରାଯାଇଥିବା ବେଳେ ୭ଜଣଙ୍କୁ ଭୁବନେଶ୍ୱର ଚିକିତ୍ସା ପାଇଁ ପଠାଯାଇଥିଲା ା ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବା ଯୁବକମାନେ ସୁସ୍ଥ ହୋଇ ଜିଲାକୁ ଫେରିଥିଲେ ା ଶନିବାର ସୁସ୍ଥ ହୋଇଥିବା ସମସ୍ତ ଯୁବକଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଜିଲା କୋଭିଡ କେୟାର ସେଣ୍ଟର ଠାରେ ଫୁଲତୋଡା ଦିଆଯାଇ ଅଭିନନ୍ଦନ ଜଣାଯିବା ସହିତ ସ୍ବତନ୍ତ୍ର ଆମ୍ବୁଲାନସ ଯୋଗେ ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। ଏହି ସମୟରେ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ, ଜିଲାପାଳ ଲଲାଟେନ୍ଦୁ ମିଶ୍ର,ଏସପି ଭି. ରଘୁନାଥ ରାଓ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସାହୁ. ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶଶାଙ୍କ ଶେଖର ଦାଶ, ଉପଜିଲାପାଳ ଏନସି ଜ୍ୟୋତି ରଞ୍ଜନ ନାଏକଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହି ସୁସ୍ଥ ଯୁବକମାନଙ୍କୁ ତାଳି ମାରି ଉତ୍ସାହିତ କରିବା ସହିତ ବିଦାୟ ଦେଇଥିଲେ। ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ଡାକ୍ତର,ନର୍ସମାନଙ୍କ ପ୍ରଚେଷ୍ଟାରେ ରାଜ୍ୟର ପ୍ରଥମ ଜିଲା ଭାବରେ ବୌଦ୍ଧରେ ୨୧ ଜଣ ସଂକ୍ରମିତ ସୁସ୍ଥ ହୋଇ ପାରିଛନ୍ତି ା ବିଧାୟକ ଅମାତ ଏଥିପାଇଁ ଜିଲାପାଳ,ଏସପି, ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସୁସ୍ଥ ଯୁବକମାନେ ଗ୍ରାମକୁ ଫେରିବା ପରେ ସରପଞ୍ଚ ଓ ଗ୍ରାମବାସୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ତେବେ ଏହି ଯୁବକମାନେ ଗ୍ରାମକୁ ଫେରି ନିଜ ଘରେ ୧୪ ଦିନ କ୍ୱାରାଣ୍ଟାଇନରେ ରହିବା ପରେ ସାଧାରଣ ଲୋକଙ୍କ ସହ ମିଳାମିଶା କରିପାରିବେ ବୋଲି ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା. ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri