ବ୍ରହ୍ମପୁରରେ ଆଂଶିକ ଶଟ୍‌ଡାଉନ୍‌

ବ୍ରହ୍ମପୁର ଅଫିସ,୫ା୪-ରାଜ୍ୟରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସମଗ୍ର ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଅର୍ଥାତ୍‌ ୧୯ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ରବିବାର ଏହାର ପ୍ରଭାବରେ ସହର ସମ୍ପୂର୍ଣ୍ଣ ଜନଶୂନ୍ୟ ହୋଇଥିବା ଦେଖିବାକୁ ମିଳିଥିଲା। ସହରରେ ଲକ୍‌ଡାଉନ୍‌ ଜାରି କରାଯିବା ସତ୍ତ୍ୱେ ଅନେକ ସମୟରେ ଲୋକ ବିଭିନ୍ନ ଆଳରେ ପ୍ରଶାସନର ନିୟମକୁ ଅବମାନନା କରୁଥିବା ଦେଖିବାକୁ ମିଳିଥିଲା। ଏହାକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ରବିବାରରୁ କଡା ପଦକ୍ଷେପ ଗ୍ରହଣ କରାଯିବା ନେଇ ଘୋଷଣା କରାଯାଇଥିଲା। ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ସହରରେ ଚଳପ୍ରଚଳ ଉପରେ ସମ୍ପୂର୍ଣ୍ଣ ରୋକ ଲାଗାଯିବା ସହ ଯାନ ଚଳାଚଳ ଉପରେ ମଧ୍ୟ କଟକଣା ଲଗାଯାଇଥିଲା। ଏହାକୁ ଖିଲାପକାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସଚେତନ କରାଯାଇଥିଲା। ସହରରେ ବାଇକ୍‌ ଚଳାଇଲେ ଚାଳକଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାରରୁ ସଚେତନ କରିଥିଲେ। ଏହିକ୍ରମରେ ରବିବାର ସକାଳୁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ସହରର ବିିିଭିନ୍ନ ପ୍ରମୁଖ ଛକ ସମେତ ଗେଟବଜାର, ନୂଆବସ୍‌ଷ୍ଟାଣ୍ଡରୋଡ, ଅର୍ଣ୍ଣପୂର୍ଣ୍ଣାମାର୍କେଟ, ଏସ୍‌ଏନ୍‌ଟି ରୋଡ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ରାସ୍ତାରେ ପ୍ରଶାସନ ପକ୍ଷରୁ ନାକାବନ୍ଦି କରାଯାଇଥିଲା। ପୋଲିସ ପକ୍ଷରୁ ଯାଞ୍ଚ କଡକଡି କରିବା ସହ ନିୟମ ଖିଲାପକାରୀଙ୍କ ବାଇକ୍‌ ଜବତ କରାଯାଇଥିଲା। ଦିନକ ମଧ୍ୟରେ ସହରର ବିଭିନ୍ନ ଥାନା ଅଧୀନସ୍ଥ ଅଞ୍ଚଳରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ପ୍ରଶାସନର କଡା ପଦକ୍ଷେପ ଯୋଗୁ ରବିବାର ମଧ୍ୟାହ୍ନ ୧୨ଟାରୁ ସହରର ରାସ୍ତା ଶୂନ୍‌ଶାନ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri