ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିହୀନ ସୌମ୍ୟାଙ୍କ ହାତଧରିଲେ ମଦନ

ବ୍ରହ୍ମପୁର ଅଫିସ,୮।୧୨: ସାଧାରଣତଃ ଦୃଷ୍ଟିହୀନ ଝିଅମାନଙ୍କ ବିବାହରେ ଅନେକ ପ୍ରତିବନ୍ଧକ ଦେଖାଦେଇଥାଏ। ହେଲେ ଗଞ୍ଜାମରେ ଏହାର ବ୍ୟତିକ୍ରମ ସ୍ବରୂପ ଦୃଷ୍ଟିହୀନ ସୌମ୍ୟାଙ୍କ ହାତ ଧରିଛନ୍ତି ଆନ୍ଧ୍ରପ୍ରଦେଶର ମଦନ ମୋହନ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଛି । ଏହି ଆଦର୍ଶ ବିବାହକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
ଜିଲାର ବ୍ରହ୍ମପୁର ସହର ଗେଟ୍‌ବଜାର ରାଧାକ୍ରିଷ୍ଣ ସାହିର ଜି.ଏଲ୍‌.ଏନ୍‌ ସ୍ବାମୀ ଶେଖରଙ୍କ ଦୁଇ ଝିଅ ଏବଂ ଗୋଟିଏ ପୁଅ। ସାନ ଝିଅ ସୌମ୍ୟା ଜନ୍ମରୁ ଦୃଷ୍ଟିହୀନ ନ ଥିଲେ। ୧୪ ବର୍ଷ ବୟସରେ ସେ ମସ୍ତିଷ୍କ ମ୍ୟାଲେରିଆରେ ଆକ୍ରାନ୍ତ ହୋଇଥିଲେ। ରୋଗ ଭଲ ହୋଇଗଲା ସିନା ହେଲେ ଧୀରେ ଧୀରେ ସେ ଦୃଷ୍ଟିଶକ୍ତି ହରାଇବାରେ ଲାଗିଲେ। ଏକ ଘରୋଇ କମ୍ପାନୀରେ କାମ କରୁଥିବା ପିତା ଶେଖର ନିଜର ଆର୍ଥିକ କ୍ଷମତା ଅନୁଯାୟୀ ସୌମ୍ୟାଙ୍କ ଚିକିତ୍ସା କରାଇଥିଲେ । ହେଲେ ସୁଫଳ ମିଳି ନ ଥିଲା। ଶେଷରେ ସମ୍ପୂର୍ଣ୍ଣ ଦୃଷ୍ଟିହୀନ ହୋଇଯାଇଥିଲେ ସୌମ୍ୟା। ଝିଅ ବଡ଼ ହେବା ସଙ୍ଗେ ଚିନ୍ତା ବଢ଼ୁଥିଲା ଶେଖରଙ୍କର। ପରିଣତ ବୟସରେ କିଏ ସାହା ହେବ, ଏହା ଭାବି ସେ ବେଶ୍‌ ଚିନ୍ତିତ ଥିଲେ। ଗତ କିଛି ମାସ ପୂବର୍ରୁ ଆନ୍ଧ୍ରପ୍ରଦେଶର ବିଜୟାନଗରମ୍‌ରେ ଜଣେ ସଂପର୍କୀୟ ଶେଖରଙ୍କୁ ମଦନଙ୍କ ସଂପର୍କରେ କହିଥିଲେ। ମଦନ ଆନ୍ଧ୍ରପ୍ରଦେଶର ତିରୁପତିର ଜି.ଭେଙ୍କଟ ସୀମାଦ୍ରିଙ୍କ ପୁଅ। ସେ ତିରୁମାଲା ମନ୍ଦିରର କ୍ୟାଣ୍ଟିନ୍‌ରେ କାମ କରନ୍ତି। ସଂପର୍କୀୟଙ୍କ ଜରିଆରେ ଶେଖର ଏବଂ ମଦନଙ୍କ ମା’ ସୀମାଦ୍ରି ବିବାହ ବିଷୟରେ କଥା ହୋଇଥିଲେ। ଏପରି କି ମଦନଙ୍କୁ ସୌମ୍ୟାଙ୍କ ଦୃଷ୍ଟିହୀନତା ସଂପର୍କରେ ଜଣାଇଥିଲେ। କିନ୍ତୁ ଏହାକୁ ଅତି ସକାରାମତ୍କ ଭାବେ ଗ୍ରହଣକରି ମଦନ ବିବାହ ପାଇଁ ରାଜି ହୋଇଯାଇଥିଲେ । ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି । ଉଭୟ ପରିବାରର ବହୁ ବନ୍ଧୁବାନ୍ଧବ ଏହି ବିବାହରେ ଉପସ୍ଥିତ ରହି ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ବିନା ଯୌତୁକରେ ଅନୁଷ୍ଠିତ ଏହି ବିବାହକୁ ସମସ୍ତେ ପ୍ରଶଂସା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?