ବ୍ରହ୍ମପୁରରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କୁ ସମ୍ବର୍ଦ୍ଧନା ‘ବିପ୍ଳବ ବିନା ବିକାଶ ନାହିଁ’

ବ୍ରହ୍ମପୁର ଅଫିସ୍‌,୨୧ା୧୧- ଓଡ଼ିଶା ମାଟିରୁ ଆରମ୍ଭ ହୋଇଥିଲା। ପାଇକ ବିଦ୍ରୋହକୁ ଦେଶର ସର୍ବପ୍ରଥମ ବିଦ୍ରୋହ ଭାବେ ମାନ୍ୟତା ମିଳିଛି । ଏଥିରୁ ପ୍ରମାଣ ମିଳୁଛି, ଆମ ଓଡ଼ିଶାର ବୀରପୁତ୍ରଙ୍କ ବିରତ୍ୱ। ଏ ଜାତିର ମଣିଷମାନେ ସଂଗ୍ରାମ ଓ ସଂଘର୍ଷ କରିବା ଭୁଲିଗଲେଣି। ବିପ୍ଲବ ବିନା ବିକାଶ ନାହିଁ। ଏଣୁ ଆସନ୍ତୁ, ଆମ ପୂର୍ବ ଗୌରବକୁ ମନେ ପକାଇ ବୀରପୁତ୍ରଙ୍କ ଜୀବନରୁ ପ୍ରେରଣା ନେବା ବୋଲି ଆହ୍ବାନ ଦେଇଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୁଷଣ ହରିଚନ୍ଦନ। ଗଞ୍ଜାମ ହେଉଛି ସଂଗ୍ରାମୀଙ୍କ ମାଟି। ଏହି ମାଟିରୁ ବିପ୍ଲବ ଆରମ୍ଭ ହେଉ ବୋଲି ସେ ପ୍ରକାଶ କରିଛନ୍ତି ।
ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ତରଫରୁ ସ୍ଥାନୀୟ ଟାଉନହଲ୍‌ରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ପ୍ରତିଉତ୍ତରରେ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି ରାଜ୍ୟପାଳ ହରିଚନ୍ଦନ। ସେ କହିଥିଲେ, ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦେବା ପାଇଁ ଦୀର୍ଘଦିନ ସଂଘର୍ଷ କରିବାକୁ ପଡ଼ିଛି। ଅନେକ ଦିନର ଲଢ଼େଇ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ଉପସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏହାକୁ ଗ୍ରହଣ କରିଥିଲେ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ତାଙ୍କର ଶେଷ ଅଭିଭାଷଣରେ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତ ସଂଗ୍ରମର ମାନ୍ୟତା ଦେଇଥିଲେ । ଏହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ବୋଲି ସେ ପ୍ରକାଶ କରିଥିଲେ। ରାଜ୍ୟପାଳ ହରିଚନ୍ଦନ ଏହି ଅବସରରେ ଜୈବିକ ଚାଷ ଉପରେ ଗୁରୁତ୍ୱ ଦେଇଥିଲେ। ସେହିଭଳି ପ୍ରଦୁଷଣ ଦେଶବ୍ୟାପୀ ଅନେକ ସହରରେ ଉତ୍କଟ ସମସ୍ୟା ସୃଷ୍ଟି କରୁଛି। ସମସ୍ତେ ବ୍ୟାପକ ବୃକ୍ଷ ରୋପଣ କରନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ଗଞ୍ଜାମର ଚାଷୀମାନେ କଠିନ ପରିଶ୍ରମୀ। ମାଟି ସହ ନିଜକୁ ମିଶାଇ ଦିଅନ୍ତି। ଏଣୁ ଗଞ୍ଜାମ ଜିଲାର ଚାଷୀମାନେ ଜୈବିକ ଚାଷକୁ ଅପଣାନ୍ତୁ ବୋଲି ରାଜ୍ୟପାଳ ପ୍ରକାଶ କରିଥିଲେ ।
ଓଡ଼ିଶା ସାହିତ୍ୟ ସମ୍ମିଳନୀ ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟବକ୍ତା ଭାବେ ପ୍ରଫେସର ଡ. ସୁଦର୍ଶନ ଆଚାର୍ଯ୍ୟ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ, ପୂର୍ବତନ ବ୍ରହ୍ମପୁର ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀ, ଖବରଦାତା ସଞ୍ଜୟ ଜେନା, ପ୍ରଫେସର ଡା. ପ୍ରଫୁଲ୍ଲ ଚନ୍ଦ୍ର ସାହୁ, ଜିଲା କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା, ଭୃଗୁ ବକ୍ସିପାତ୍ର, ସୁଶାନ୍ତ ସାବତ, ସୁବାସ ମହାରଣା, ରବି ରଥ, ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ସଭାପତି ପ୍ରଶାନ୍ତ ମିଶ୍ର, ଡ. ବିଦ୍ୟୁତ୍‌ପ୍ରଭା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ବିଭୂତି ଜେନା ସ୍ବାଗତ ଭାଷଣ ଦେଇଥିଲେ । ଏହି ଅବସରରେ ୧୦୮ ସଂଗଠନ, ବ୍ୟକ୍ତିବିଶେଷ ଏବଂ ସଂସ୍ଥା ତରଫରୁ ରାଜ୍ୟପାଳ ହରିଚନ୍ଦନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ...

କେଦାରେଶ୍ୱର ମନ୍ଦିରରୁ ଚୋରି

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚୋରମାନେ ମହାଦେବଙ୍କୁ ମଧ୍ୟ ଛାଡ଼ି ନାହାନ୍ତି। କୁସୁପୁର ଗ୍ରାମରେ ଥିବା କେଦାରେଶ୍ବର ମହାଦେବ ମନ୍ଦିରରେ ଶନିବାର ବିଳମ୍ବିତ...

ମା’ ଦଣ୍ଡକାଳୀଙ୍କ ଯାତ୍ରାରେ ଅଧିଆ ପଡ଼ିଲେ ଶତାଧିକ ମହିଳା, ପାଣି ନ ଥିବାରୁ ହଟହଟା

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ରବିବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri