ବ୍ରହ୍ମପୁରରେ ଖୋଲିଲା ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୪ା୭: ଗଞ୍ଜାମ – ଗଜପତି ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡ୍‌ ପକ୍ଷରୁ ରାଜ୍ୟର ପ୍ରଥମ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ ମିଶ୍ରିତ ଏଟିଏମ ଗୁରୁବାର ବ୍ରହ୍ମପୁର ଗେଟ୍‌ବଜାର ନିକଟସ୍ଥ ସଂଘ କାର୍ଯ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବଂ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଉଦ୍‌ଘାଟନ କରିଥିଲେ। ଏହିପରି ଆଉ ୯ଟି ସ୍ଥାନରେ ଦୁଗ୍ଧ ଏଟିଏମ୍‌ ଖୋଲାଯିବ ବୋଲି ଜିଲାପାଳ କୁଲାଙ୍ଗେ କହିଛନ୍ତି। ସଂଘର ସଭାପତି ରଜନୀକାନ୍ତ ମଣ୍ଡଳ, ଟାଟା ଷ୍ଟିଲ୍‌ର ସିଏସ୍‌ଆର୍‌ ମୁଖ୍ୟ ଅମ୍ବିକା ପ୍ରସାଦ ନନ୍ଦ, ରାଷ୍ଟ୍ରୀୟ ଗୋ-ବିକାଶ ବୋର୍ଡର ରାଜ୍ୟ ସମନ୍ବୟକାରୀ ଧନରାଜ କ୍ଷେତ୍ରୀ, ଟାଟା ଷ୍ଟିଲ୍‌ ରୁରାଲ୍‌ ଡେଭଲପ୍‌ମେଣ୍ଟ ସୋସାଇଟି ମୁଖ୍ୟ ରକି ମାର୍ଟିନ୍‌ ଏବଂ ସଂଘର ସାଧାରଣ ପରିଚାଳକ ଦିଲ୍ଲୀପ କୁମାର ପଟ୍ଟନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri