ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର ଏସ୍ପିଙ୍କୁ ନେଇ ବୈଠକ କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା ସହିତ ମାଓବାଦୀ ଗତିବିଧି, ଅପରାଧ ସ୍ଥିତି ଓ ମୋ’ ସରକାର କାର୍ଯ୍ୟକ୍ରମ ଅନ୍ତର୍ଗତ ୫ଟିର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ। ସେହିପରି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ମାଓବାଦୀ ମୁକାବିଲା, ଗୋଇନ୍ଦା ସଂସ୍ଥା କାର୍ଯ୍ୟକାରିତାକୁ ନେଇ ଡିଜିପି ଅଭୟ ଆଲୋଚନା କରିଥିଲେ। ଅନ୍ୟପଟେ ବିଭିନ୍ନ ଥାନାରେ ରୁଜୁ ହୋଇଥିବା ମାମଲାଗୁଡିକର ଠିକ୍ ତଦନ୍ତ କରିବା ସହିତ ଦଣ୍ଡବିଧାନ କିପରି ବୃଦ୍ଧି କରାଯିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ବିଶେଷକରି କନ୍ଧମାଳ ଓ ଗଜପତି ଜିଲାରେ ମାଓବାଦୀ ଗତିବିଧି ନିୟନ୍ତ୍ରଣ ଉପରେ ମଧ୍ୟ ସମୀକ୍ଷା କରାଯାଇଥିଲା। ଏଥିରେ ଏଡିଜେ (ଗୋଇନ୍ଦା) ରାଧାକୃଷ୍ଣ ଶର୍ମା, ଡ଼ିଆଇଜି ସ୍ପେସାଲ ଟାସ୍କ ଫୋର୍ସ (ଏସ୍ଟିଏଫ) ଜୟନାରାୟଣ ପଙ୍କଜ, ଡିଆଇଜି ସ୍ପେସାଲ ଇଣ୍ଟିଲିଜେନ୍ସି(ଏସ୍ଆଇଡବ୍ଲ୍ୟୁ) ଅନିରୁଦ୍ଧ ସିଂ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର, ଗଞ୍ଜାମ ଏସ୍ପି ବ୍ରିଜେଶ ରାୟ, ଗଜପତି ଏସ୍ପି ସାରା ଶର୍ମା, ବୌଦ୍ଧ ଏସ୍ପି ଭି.ରଘୁନାଥ ରାଓ ଓ ଏଏସ୍ପି ପ୍ରୋବେଶନ ଅଭିଳାଷ ଜି. ପ୍ରମୁଖ ଉପସ୍ଥିତ ଥିଲେ।
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…
ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…
ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ
ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…
ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…
ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା
ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ
ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…
ସରକାରୀ ବସ୍ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ
ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…
ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ
ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

