ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି । ସକାଳୁ ବିଭିନ୍ନ ସଂଗଠନ ବ୍ରହ୍ମପୁର ରେଳଷ୍ଟେଶନର ରେଳ ଧାରଣା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଫଳରେ ବ୍ରହ୍ମପୁର ରେଳ ଷ୍ଟେଶନ ପରିସରରେ ବ୍ରହ୍ମପୁର-ମେମୋ ପାସେଞ୍ଜର , ଯଶୋୱନ୍ତପୁର-ହାୱଡା ଟ୍ରେନ ଦୀର୍ଘ ସମୟ ଧରି ଅଟକି ରହିଥିଲା । ସାମ୍ପ୍ରଦାୟିକ ମତଭେଦ ସୃଷ୍ଟି କରିବାକୁ କେନ୍ଦ୍ର ସରକାର ସିଏଏ ଆଇନ ପ୍ରଣୟନ କରିଥିବା ସଂଗଠନମାନେ ନାରାବାଜି କରିଥିଲେ। ସିପିଆଇ ନେତା ବସନ୍ତ ନନ୍ଦ, ଯୁଧିଷ୍ଠିର ବେହେରା, କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା, ଅଲ ଇଣ୍ଡିଆ ଡିଏସଓ ରାଜ୍ୟ ସମ୍ପାଦକ ସୋମନାଥ ବେହେରା ପ୍ରମୁଖ ଧର୍ମଘଟର ନେତୃତ୍ୱ ନେଇଥିଲେ। ଏଥିରେ ଏଆଇଟିୟୁସି, ଆଇଏନଟିୟୁସି, ସିଆଇଟିୟୁ, ଏଆଇୱାଇଏଫ ସମେତ ବିଭିନ୍ନ ଟ୍ରେଡ଼ ୟୁନିୟନ ସଂଗଠନ, ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?