ବ୍ରହ୍ମପୁରରେ ଭୋଗି ଉତ୍ସବ: ଜମିଲା ପାରମ୍ପରିକ ଦାଣ୍ଡିଆ ନୃତ୍ୟ

ବ୍ରହ୍ମପୁର ଅଫିସ,୧୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ତେଲୁଗୁ ସମ୍ପ୍ରଦାୟର ଭୋଗି ଉତ୍ସବ ମଙ୍ଗଳବାର ପାଳନ ହୋଇଛି। ଉତ୍ସବର ପ୍ରଥମ ଦିନରେ ସହରରେ ରହୁଥିବା ବହୁ ତେଲୁଗୁ ସମ୍ପ୍ରଦାୟ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ପିଠାପଣା ପ୍ରସ୍ତୁତ ହୋଇଛି। ପରମ୍ପରା ଅନୁଯାୟୀ ପୂର୍ବାହ୍ନରେ ଘରେ ଥିବା ପୁରୁଣା କାଠକୁ ଜାଳି ଭୋଗି ଉତ୍ସବ ପାଳନ କରାଯାଇଥିଲା। ଶତାଧିକ ମହିଳା ଓ ପୁରୁଷ ପୂର୍ଣ୍ଣକୁମ୍ଭ ଧରି ସ୍ଥାନୀୟ ଏସ୍‌ଏନ୍‌ଟି ରୋଡରୁ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିଥିଲେ । ଏଥିରେ ତେଲୁଗୁ ମହିଳା ସମାଜ, ତେଲୁଗୁ ଭାଷା ବର୍ଦ୍ଧନୀ ସମାଜ ସାମିଲ ହୋଇଥିଲେ। ପରେ ମହିଳାମାନେ ପ୍ରକାଶ ମହଲରେ ପୂର୍ଣ୍ଣକୁମ୍ଭଗୁଡିକ ସ୍ଥାପନ କରିଥିଲେ। ନୂତନ ଚାଉଳରେ ପ୍ରସ୍ତୁତ ଖିରି ମହାଲକ୍ଷ୍ମୀଙ୍କ ନିକଟରେ ପୂଜା କରାଯାଇଥିଲା । ପାରମ୍ପରିକ ପୂଜା ଅର୍ଚ୍ଚନା ପରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ତେଲୁଗୁ ଯୁବତୀ ଓ ମହିଳାମାନେ ଦାଣ୍ଡିଆ ନୃତ୍ୟ ପରିବେଷଣ କରିଥିଲେ । ଭୋଗି କାର୍ଯ୍ୟକ୍ରମକୁ ୧୧ ଜଣିଆ କମିଟି ଓ ୩ ଜଣିଆ ଉପଦେଷ୍ଟା ପରିଚାଳନା କରୁଥିବା ବେଳେ ବୁଧବାର ପୋଙ୍ଗଲ ଉତ୍ସବରେ ଲୋକେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ସେହିପରି ଗୁରୁବାର କାନୁମା ଉତ୍ସବ ଓ ଶୁକ୍ରବାର ମୁକାନୁମା ଉତ୍ସବ ପାଳନ କରିବେ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ବିଜେଡି ରାଜ୍ୟ ସମ୍ପାଦକ ଟି. ଗୋପୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri