ବ୍ରହ୍ମପୁରରେ ସୁଧୁରିନି ପାଣି ସମସ୍ୟା : ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ ନିର୍ଦ୍ଦେଶ

ଛତ୍ରପୁର,୨୦ା୧୦(ଡି.ଏନ.ଏ)-ବ୍ରହ୍ମପୁର ମହାନଗର ନିଗମରେ ପାଣି ସମସ୍ୟା ଦୂର କରିବା ପାଇଁ ବ୍ୟୟ ବହୁଳ ଜାନିବିଲି ପ୍ରକଳ୍ପ ପ୍ରତିଷ୍ଠା ହୋଇଛି। ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇଥିଲେ ହେଁ ଏହା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇନି। ଏପରିକି ପାଇପ୍‌ ବିଛା କାମଠାରୁ ଆରମ୍ଭ କରି ସମସ୍ତ ଘରକୁ ପାଣି ଯୋଗାଣ ହୋଇ ନ ଥିବା ଜଣାପଡିଛି। ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏହି ପ୍ରକଳ୍ପ ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଏହି ପ୍ରକଳ୍ପ ପାଇଁ ପାଇପ୍‌ ଲାଇନ୍‌ ବିଛା କାମ ଓ ସମସ୍ତ ଘରକୁ ଜଳ ଯୋଗାଣ ଆସନ୍ତା ବର୍ଷ ଜାନୁୟାରୀ ସୁଦ୍ଧା ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇଛନ୍ତି। ଦିନ ବେଳା ପାଇପ୍‌ କାମ ଚାଲୁଥିବାରୁ ଟ୍ରାଫିକ୍‌ ସମସ୍ୟା ଉପଜୁଛି। ଏଣୁ ରାତିରେ ହିଁ ଏହି କାମ କରିବାକୁ ଜିଲାପାଳ କହିଥିଲେ। ଏଥିସହ ଏହି କାର୍ଯ୍ୟରେ ଅଧିକ ଶ୍ରମିକଙ୍କୁ ନିୟୋଜିତ କରିବାକୁ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ପାଇପ୍‌ ବିଛାଇବା ପାଇଁ ରାସ୍ତାଗୁଡିକୁ ଖୋଳା ଯାଉଛି। ଏହାକୁ ଠିକ୍‌ କରିବାକୁ କୁହାଯାଇଛି। କେତେକ ସ୍ଥାନରେ ବିଦ୍ୟୁତ କେବୁଲ୍‌ ମଧ୍ୟ ମାଟି ତଳେ ଯାଇଛି। ଫଳରେ ପାଇପ୍‌ ବିଛା କାମ ବିପଦପୂର୍ଣ୍ଣ ହୋଇଛି। ଏଣୁ କେଉଁଠି ବିଦ୍ୟୁତ୍‌ କେବୁଲ୍‌ ମାଟି ତଳେ ଯାଇଛି, ମିଟର ଦ୍ୱାରା ଯାଞ୍ଚ କରି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଠିକା ସଂସ୍ଥାକୁ ଅବଗତ କରିବାକୁ ଜିଲାପାଳ କହିଥିଲେ। ଏହି ବୈଠକରେ ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ପ୍ରକଳ୍ପ ଇନ୍‌ଚାର୍ଜ ସୀତାରାମ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri