ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ

ବ୍ରହ୍ମପୁର ଅଫିସ୍‌,୧୫।୮-ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଗୁରୁବାର ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ଟି. ଆଓ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ବ୍ରହ୍ମପୁର ଉପଜିଲାପାଳ ଶିନ୍ଧେ ଦତ୍ତାତ୍ରୟ ଭାଉସାହେବ ଏବଂ ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତି ସିଂ ରାଠୋର୍‌ ଉପସ୍ଥିତ ଥିଲେ । ପରିବେଶ ସୁରକ୍ଷା ଦିଗରେ ଅତୁଳନୀୟ ଅବଦାନ ପାଇଁ ୧୩ଜଣଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ପରେଡ୍‌ ପ୍ରଦର୍ଶନ କରିଥିବା ଦଳଗୁଡ଼ିକ ରନିଂ ସିଲ୍‌ଡ ପ୍ରଦାନ କରାଯାଇଥିଲା। ଏନ୍‌ସିସି ବରିଷ୍ଠ ବର୍ଗରେ ଉମାଚରଣ ପାଣିଗ୍ରାହୀ ଇଞ୍ଜିନିୟରିଂ ସ୍କୁଲ ଚାମ୍ପିୟନ୍‌ ହୋଇଥିବା ବେଳେ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଦଳ ରନର୍ସଅପ୍‌ ହୋଇଥିଲା। ଏନ୍‌ସିସି କନିଷ୍ଠ ବାଳିକା ବର୍ଗରେ ଗୋସାଇଁନୂଆଗାଁ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଚାମ୍ପିୟନ୍‌ ଏବଂ ଡିପଲ୍‌ ସ୍କୁଲ ରନର୍ସଅପ୍‌ ହୋଇଥିଲା। ଏନ୍‌ସିସି କନିଷ୍ଠ ବାଳକ ବର୍ଗରେ ସିଟି ହାଇସ୍କୁଲ ଚାମ୍ପିୟନ୍‌ ଏବଂ ଆମ୍ବପୁଆ ସେଣ୍ଟ ଜାଭିୟର୍ସ ହାଇସ୍କୁଲ ରନର୍ସଅପ୍‌ ହୋଇଛି। ନିଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସ୍କାଉଟ୍‌ ଆଣ୍ଡ ଗାଇଡ୍‌ ବଗର୍ର୍ରେ ଚାମ୍ପିୟନ୍‌ ହୋଇଥିବା ବେଳେ ଭି.ଭି.ଗିରି ବାଳିକା ଉଚ୍ଚ ବିଦ୍ୟାଳୟ ରନର୍ସଅପ୍‌ ହୋଇଛି। ଉପକନିଷ୍ଠ ସିଭିଲିଏନ୍‌ରେ ଗୁରୁ ନାନକ ପବ୍ଲିକ ସ୍କୁଲ ଚାମ୍ପିୟନ୍‌ ଏବଂ ଦିଲ୍ଲୀ ପବ୍ଲିକ ସ୍କୁଲ ରନର୍ସଅପ୍‌ ହୋଇଛି। ପିଟି ବରିଷ୍ଠ ବର୍ଗରେ ଡି ପଲ୍‌ ସ୍କୁଲ ଚାମ୍ପିୟନ୍‌ ଏବଂ ଏସ୍‌ଏଭି ପବ୍ଲିକ ସ୍କୁଲ ରନର୍ସଅପ୍‌ ହୋଇଛି । ଶ୍ରେଷ୍ଠ ପିଟି ବର୍ଗରେ ଡିପଲ୍‌ ସ୍କୁଲକୁ ଟ୍ରଫି ପ୍ରଦାନ କରାଯାଇଛି। ସେହିଭଳି ଅନ୍ୟାନ୍ୟ ବର୍ଗରେ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା, ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟଙ୍କ ସମେତ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଏବଂ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?