ବ୍ରହ୍ମପୁର ବନଖଣ୍ଡରେ ୧୨, ୩୩୨ ପକ୍ଷୀ

ବ୍ରହ୍ମପୁର ଅଫିସ,୧୧ା୧-ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ପକ୍ଷୀ ଗଣନା ସରିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବଢ଼ିଛି। ବନଖଣ୍ଡ ଅନ୍ତର୍ଗତ ବ୍ରହ୍ମପୁର, ଦିଗପହଣ୍ଡି, ସାମନ୍ତିଆପଲ୍ଲୀ ଓ ଖଲ୍ଲିକୋଟ ରେଞ୍ଜରେ ୭୨ ପ୍ରଜାତିର ୧୨, ୩୩୨ ପକ୍ଷୀ ଥିବା ଠାବ କରାଯାଇଛି। ଖଲ୍ଲିକୋଟ ରେଞ୍ଜ ଅନ୍ତର୍ଗତ ବଡହୁମ୍ମାରେ ସର୍ବାଧିକ ୨, ୮୩୨ ପକ୍ଷୀ ଥିବା ବେଳେ ବ୍ରହ୍ମପୁର ରେଞ୍ଜ ତାମ୍ପରା ହ୍ରଦରେ ୮୯୦ ଓ ସାମାନ୍ତିଆପଲ୍ଲୀ ରେଞ୍ଜ ପଣ୍ଡା ସାଗରରେ ୫୧୦ ପକ୍ଷୀ ଅଛନ୍ତି। ଚଳିତବର୍ଷ ପାଗ ଅନୁକୂଳ ଥିବାରୁ ବିଦେଶୀ ପକ୍ଷୀଙ୍କୁ ଏଠାକାର ପରିବେଶ ଆକୃଷ୍ଟ କରିଛି। ତାମ୍ପରା ହ୍ରଦ, ଦକ୍ଷିଣପୁର ଘାଇ, ବାହୁଦା ନଦୀ, ହୁମ୍ମା ଲୁଣି ହ୍ରଦ, ଋଷିକୁଲ୍ୟା ମୁହାଣ, ପଣ୍ଡା ସାଗର, ଗୋପାଳ ସାଗର, ବାଘଲଟି ରିଜଭର୍ର୍ର, କନଲିରା, କଳିଙ୍ଗଦୋଳା, ଘୋଡାହାଡ଼ ଡ୍ୟାମ, ଚକ୍ରବର୍ତ୍ତୀ ସାଗର, ଓଡ଼ସିଙ୍ଗି ସାଗର ଆଦିରେ ପକ୍ଷୀଙ୍କ ସଂଖ୍ୟା ଅଧିକ ରହିଛି। ପକ୍ଷୀମାନଙ୍କ ମଧ୍ୟରେ ଏସିଆନ ଓପନ ବିଲ ଷ୍ଟର୍କ ୧୯୦୫ଟି, ଇଣ୍ଡିଆନ ପଣ୍ଡ ହାର୍ନ ୧୨୬୦, ଲିଟିଲ କର୍ମରାଣ୍ଟ ୧୧୯୫, ଲିଟିଲ ଏଗ୍ରେଟ ୭୮୫, କେଟଲ ଏଗ୍ରେଟ ୭୫୧ଟି ରହିଥିବା ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ ନାୟକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୯ରେ ଗଣନା ବେଳେ ବ୍ରହ୍ମପୁର ବନଖଣ୍ଡର ୩୮ ଜଳାଶୟରେ ୯୨ ପ୍ରଜାତିର ୧୧,୯୧୧ ପକ୍ଷୀ ଥିଲେ। ୨୦୧୮ରେ ମୋଟ ୮,୩୮୦ ପକ୍ଷୀ ଥିବା ଠାବ କରାଯାଇଥିଲା। ଚଳିତବର୍ଷ ପକ୍ଷୀଙ୍କ ସଂଖ୍ୟା ବଢ଼ିଥିବା ଜଣାପଡିଛି। ମୋଟ ୩୭ଟି ଦଳ ପକ୍ଷୀ ଗଣନାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri