ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା: ୫ କୋର୍ଟଚାଲାଣ; ୨ ବାଇକ୍‌, କାର୍‌, ଠେଙ୍ଗା ଜବତ

ଗୋପାଳପୁର,୨୩ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ କିଛି ବର୍ଷ ହେଲା ଛକାପଞ୍ଝା ଲାଗି ରହିଥିଲା। ଏହାକୁ କେନ୍ଦ୍ରକରି ଶୁକ୍ରବାର ପୂର୍ବତନ ଛାତ୍ର ନେତା ଦେବାଶିଷ ମିଶ୍ର ଓରଫ ବୁନୁଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ପୋଲିସ ରବିବାର ୫ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସେମାନେ ହେଲେ ଦିନେଶ କୁମାର ମିଶାଲ, ଆଶୁତୋଷ ସାହୁ, ଗୋପାଳକୃଷ୍ଣ ସାହୁ, ଧରଣୀଧର ସାହୁ ଓ ଅଣଛାତ୍ର ତଥା ପୂର୍ବତନ ଛାତ୍ର ସଂସଦ ସଭାପତି ଭବାନୀ କାନ୍ତ ସାହୁ ।
ପୋଲିସ ସୂଚନାନୁସାରେ, ଦେବାଶିଷ ଗତ ଶୁକ୍ରବାର ରାଜନୀତି ବିଜ୍ଞାନରେ ପିଏଚଡି କରିବା ସମ୍ପର୍କରେ ବୁଝିବାକୁ ବିଶ୍ୱବିଦ୍ୟାଳୟକୁ ଆସିଥିଲେ। ଏହି ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବାଶିଷଙ୍କ ସହିତ କେତେକ ଛାତ୍ରଙ୍କର ବଚସା ହୋଇଥିଲା । ପୂର୍ବତନ ଛାତ୍ର ସଂସଦ ସଭାପତି ଭବାନୀକାନ୍ତ, ଦିନେଶ, ଆଶୁତୋଷ, ଗୋପାଳକୃଷ୍ଣ, ଧରଣୀଧର ଓ ଅନ୍ୟମାନେ ମିଳିତଭାବେ ଦେବାଶିଷଙ୍କୁ ଠେଙ୍ଗା ଓ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରିଥିଲେ। ଖବର ଜଣାପଡିବା ପରେ ବିଶ୍ୱବିଦ୍ୟାଳୟ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା । ଆହତ ଦେବାଶିଷଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା। ପରେ ଦେବାଶିଷ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ନଂ. ୧୦୪/୧୯ରେ ମାମଲା ରୁଜୁକରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତଙ୍କ ନେତୃତ୍ୱରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଭବାନୀକାନ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରାଯାଇଥିବା ବେଳେ ଅନ୍ୟମାନଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରୁ ଗିରଫ କରିଥିଲା। ଏହି ମାମଲାରେ ଦୁଇଟି ବାଇକ୍‌, ଗୋଟିଏ କାର ଓ ଆକ୍ରମଣରେ ବ୍ୟବହୃତ ଦୁଇଟି ଠେଙ୍ଗା ପୋଲିସ ଜବତ କରିଛି । ଏଥିରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଥାନାଧିକାରୀ ମହନ୍ତ ସୂଚନା ଦେଇଛନ୍ତି । ଗିରଫ ଭବାନୀକାନ୍ତଙ୍କ ନାମରେ ୯ ସମ୍ବେଦନଶୀଳ ମାମଲା ରହିଥିବା ପୋଲିସ କହିଛି। ବର୍ତ୍ତମାନ ବିଶ୍ୱବିଦ୍ୟାଳୟ ପରିସ୍ଥିତିରେ ସୁଧାର ଆସୁଥିବା ବେଳେ ୩ ପ୍ଲାଟୁନ୍‌ ଫୋର୍ସ ମୁତୟନ ସହ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅପରପକ୍ଷେ ଛାତ୍ରାବାସକୁ ଯିବାପାଇଁ ପରିଚୟ ପତ୍ର ଯାଞ୍ଚ କରି ଛଡା ଯାଉଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri