ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ

କଟକ ଅଫିସ,୧୪ା୧୨- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ ଚନ୍ଦ୍ର ବେହେରା ଏବଂ ରଜତ କୁମାର ପଟ୍ଟନାୟକଙ୍କ ପକ୍ଷରୁ ଆଗତ ଦୁଇଟି ପୃଥକ ମାମଲାର ଏକତ୍ର ଶୁଣାଣି ହାଇକୋର୍ଟରେ ହୋଇଥିଲା। ବିଶ୍ୱବିଦ୍ୟାଳୟ ଦ୍ୱାରା ଗଠିତ ଡିପିସି (ଡିପାର୍ଟମେଣ୍ଟାଲ ପ୍ରମୋଶନ କମିଟି)ରେ ବିଧିବଦ୍ଧ ଭାବେ ଆବେଦନକାରୀମାନେ ୧୯୯୮ରୁ ପଦୋନ୍ନତି ସହ ଉଚ୍ଚ ପଦବୀରେ କାର୍ଯ୍ୟ କରି ଉଚ୍ଚ ବେତନ ହାରରେ ଦରମା ନେଇ ସାରିଛନ୍ତି। ତେଣୁ ସେମାନଙ୍କ ଦରମା ହ୍ରାସ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ତାଙ୍କର ୨୮ ପୃଷ୍ଠା ସମ୍ବଳିତ ରାୟରେ ସ୍ପଷ୍ଟ କରିଛନ୍ତି। ଏଥିସହ ଆବେଦନକାରୀଙ୍କ ୧୦ରୁ ୧୨ ବର୍ଷ ବେତନ ହ୍ରାସକୁ ସଂଶୋଧନ ସହ ପୁନଃ ନିର୍ଦ୍ଧାରଣ କରି ଦରମା ପ୍ରଦାନ କରିବାକୁ ହାଇକୋର୍ଟ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ଜଗନ୍ନାଥ ପଟ୍ଟନାୟକ ଏହି ମାମଲା ପରିଚାଳନା କରୁଛନ୍ତି।
ମାମଲାର ଶୁଣାଣି ସମୟରେ ଆଡଭୋକେଟ ପଟ୍ଟନାୟକ ଅଦାଲତକୁ ଦର୍ଶାଇଥିଲେ, ଉକ୍ତ ବିଶ୍ୱବିଦ୍ୟାଳୟରେ ଆବେଦନକାରୀମାନେ ପ୍ରଥମେ କନିଷ୍ଠ ସହାୟକ ଭାବେ ନିଯୁକ୍ତି ପାଇ କାର୍ଯ୍ୟ କରୁଥିଲେ। ୧୯୯୮ ଡିସେମ୍ବର ୨୨ରେ ସେମାନଙ୍କୁ ବରିଷ୍ଠ ସହାୟକ ପଦବୀକୁ ପଦୋନ୍ନତି ମିଳିଲା। ତଦନୁଯାୟୀ ୨୦୦୧ ଜୁଲାଇ ୧ରେ ୧୦୪ ଜଣ ବରିଷ୍ଠ ସହାୟକଙ୍କୁ ନେଇ ଏକ ଗ୍ରେଡେଶନ ତାଲିକା ପ୍ରକାଶିତ ହୋଇଥିଲା। ଏଥିସହ ସେମାନଙ୍କର ଉଚ୍ଚ ବେତନ ହାରରେ ସଂଶୋଧନ ସହ ଦରମା ନିର୍ଦ୍ଧାରଣ କରାଯାଇଥିଲା। ତେବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କଣ୍ଟ୍ରୋଲର ଅଫ ଫାଇନାନ୍ସ ପକ୍ଷରୁ ୨୦୧୧ରେ ଏକ ରିଭ୍ୟୁ ଡିପିସି କରାଯାଇ ପତ୍ର ସଂଖ୍ୟା ୧୦୯୭୬/୧ା୧୨ା୨୦୧୧ରେ ୪୬ ଜଣ ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଭଳି ବେଆଇନ ବିଜ୍ଞପ୍ତି ଦ୍ୱାରା ଆବେଦନକାରୀମାନଙ୍କର ୧୦ରୁ ୧୨ ବର୍ଷର ବରିଷ୍ଠତା ହରାଇବାକୁ ପଡୁଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଡଭୋକେଟ ବି.ଏସ୍‌. ମିଶ୍ର ଦର୍ଶାଇଥିଲେ, ଆବେଦନକାରୀଙ୍କ କ୍ଷେତ୍ରରେ ରିଭ୍ୟୁ ଡିପିସି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହୋଇଛି। ଏବେ ସେମାନେ ବରିଷ୍ଠ ସହାୟକ ପଦବୀର ବେତନ ନେଉଛନ୍ତି। ତେବେ ପୂର୍ବ ପଦୋନ୍ନତି ଚାକିରିର ଯଥାର୍ଥତା ନାହିଁ ବୋଲି ସେ କୋର୍ଟକୁ ଅବଗତ କରିଥିଲେ। ଆବେଦନକାରୀମାନଙ୍କ ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି, ରେଜିଷ୍ଟ୍ରାର, କଣ୍ଟ୍ରୋଲର ଅଫ୍‌ ଫାଇନାନ୍ସ, ଡେପୁଟି ରେଜିଷ୍ଟ୍ରାରଙ୍କ ସମେତ ୨୮ ଜଣଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri