ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ

କଟକ ଅଫିସ, ୧୫।୧୨: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ ଚନ୍ଦ୍ର ବେହେରା ଏବଂ ରଜତ କୁମାର ପଟ୍ଟନାୟକଙ୍କ ପକ୍ଷରୁ ଆଗତ ଦୁଇଟି ପୃଥକ୍‌ ମାମଲାର ଏକତ୍ର ଶୁଣାଣି ହାଇକୋର୍ଟରେ ହୋଇଥିଲା। ବିଶ୍ୱବିଦ୍ୟାଳୟ ଦ୍ୱାରା ଗଠିତ ଡିପିସି (ଡିପାର୍ଟମେଣ୍ଟାଲ ପ୍ରମୋଶନ କମିଟି)ରେ ବିଧିବଦ୍ଧ ଭାବେ ଆବେଦନକାରୀମାନେ ୧୯୯୮ରୁ ପଦୋନ୍ନତି ସହ ଉଚ୍ଚ ପଦବୀରେ କାର୍ଯ୍ୟ କରି ଉଚ୍ଚ ବେତନ ହାରରେ ଦରମା ନେଇ ସାରିଛନ୍ତି। ତେଣୁ ସେମାନଙ୍କ ଦରମା ହ୍ରାସ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ତାଙ୍କର ୨୮ ପୃଷ୍ଠା ସମ୍ବଳିତ ରାୟରେ ସ୍ପଷ୍ଟ କରିଛନ୍ତି। ଏଥିସହ ଆବେଦନକାରୀଙ୍କ ୧୦ରୁ ୧୨ ବର୍ଷ ବେତନ ହ୍ରାସକୁ ସଂଶୋଧନ ସହ ପୁନଃ ନିର୍ଦ୍ଧାରଣ କରି ଦରମା ପ୍ରଦାନ କରିବାକୁ ହାଇକୋର୍ଟ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ଜଗନ୍ନାଥ ପଟ୍ଟନାୟକ ଏହି ମାମଲା ପରିଚାଳନା କରୁଛନ୍ତି।

ମାମଲାର ଶୁଣାଣି ସମୟରେ ଆଡଭୋକେଟ ପଟ୍ଟନାୟକ ଅଦାଲତକୁ ଦର୍ଶାଇଥିଲେ, ଉକ୍ତ ବିଶ୍ୱବିଦ୍ୟାଳୟରେ ଆବେଦନକାରୀମାନେ ପ୍ରଥମେ କନିଷ୍ଠ ସହାୟକ ଭାବେ ନିଯୁକ୍ତି ପାଇ କାର୍ଯ୍ୟ କରୁଥିଲେ। ୧୯୯୮ ଡିସେମ୍ବର ୨୨ରେ ସେମାନଙ୍କୁ ବରିଷ୍ଠ ସହାୟକ ପଦବୀକୁ ପଦୋନ୍ନତି ମିଳିଲା। ତଦନୁଯାୟୀ ୨୦୦୧ ଜୁଲାଇ ୧ରେ ୧୦୪ ଜଣ ବରିଷ୍ଠ ସହାୟକଙ୍କୁ ନେଇ ଏକ ଗ୍ରେଡେଶନ ତାଲିକା ପ୍ରକାଶିତ ହୋଇଥିଲା। ଏଥିସହ ସେମାନଙ୍କର ଉଚ୍ଚ ବେତନ ହାରରେ ସଂଶୋଧନ ସହ ଦରମା ନିର୍ଦ୍ଧାରଣ କରାଯାଇଥିଲା। ତେବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କଣ୍ଟ୍ରୋଲର ଅଫ ଫାଇନାନ୍ସ ପକ୍ଷରୁ ୨୦୧୧ରେ ଏକ ରିଭ୍ୟୁ ଡିପିସି କରାଯାଇ ପତ୍ର ସଂଖ୍ୟା ୧୦୯୭୬/୧ା୧୨ା୨୦୧୧ରେ ୪୬ ଜଣ ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଭଳି ବେଆଇନ ବିଜ୍ଞପ୍ତି ଦ୍ୱାରା ଆବେଦନକାରୀମାନଙ୍କର ୧୦ରୁ ୧୨ ବର୍ଷର ବରିଷ୍ଠତା ହରାଇବାକୁ ପଡୁଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଡଭୋକେଟ ବି.ଏସ୍‌. ମିଶ୍ର ଦର୍ଶାଇଥିଲେ, ଆବେଦନକାରୀଙ୍କ କ୍ଷେତ୍ରରେ ରିଭ୍ୟୁ ଡିପିସି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହୋଇଛି। ଏବେ ସେମାନେ ବରିଷ୍ଠ ସହାୟକ ପଦବୀର ବେତନ ନେଉଛନ୍ତି। ତେବେ ପୂର୍ବ ପଦୋନ୍ନତି ଚାକିରିର ଯଥାର୍ଥତା ନାହିଁ ବୋଲି ସେ କୋର୍ଟକୁ ଅବଗତ କରିଥିଲେ। ଆବେଦନକାରୀମାନଙ୍କ ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି, ରେଜିଷ୍ଟ୍ରାର, କଣ୍ଟ୍ରୋଲର ଅଫ୍‌ ଫାଇନାନ୍ସ, ଡେପୁଟି ରେଜିଷ୍ଟ୍ରାରଙ୍କ ସମେତ ୨୮ ଜଣଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪: ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri