ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍‌: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍‌ଟିକୁ ସେଠାରୁ ନେଉ ନ ଥିବା ଯୋଗୁ ଦୀର୍ଘ ମାସ ଧରି ଏହା ପଡ଼ି ରହିଛି। କାର୍‌ ଭିତରେ ଏକ କଳା ରଙ୍ଗର ବ୍ୟାଗ୍‌ ରହିଥିବା ବେଳେ ଗାଡ଼ିର ପଛରେ ଡାକ୍ତର ଚିହ୍ନ ରହିଛି। ଏଣୁ ଏହା ଜଣେ ଡାକ୍ତରଙ୍କ କାର୍‌ ହୋଇଥିବା ସନ୍ଦେହ କରାଯାଉଛି। ହେଲେ କେଉଁ କାରଣ ପାଇଁ ଗାଡ଼ିଟିକୁ କେହି ନେଉ ନାହାନ୍ତି ସେ ନେଇ ଲୋକଙ୍କ ମନରେ ଅନେକ ପ୍ରଶ୍ନ ଉପୁଜିଛି। ପ୍ରତିଦିନ ଗଞ୍ଜାମ ଜିଲା ସମେତ ଅନ୍ୟ ଜିଲାରୁ ହଜାର ହଜାର ଯାତ୍ରୀ ବ୍ରହ୍ମପୁର ରେଳଷ୍ଟେଶନକୁ ଆସିଥାନ୍ତି। ଏବେ କାର୍‌ ଭିତରେ ଥିବା କଳାବ୍ୟାଗ୍‌କୁ ନେଇ ସମସ୍ତେ ଆତଙ୍କିତ ହୋଇଯାଇଛନ୍ତି। ବ୍ୟାଗରେ କଣ ରହିଛି ତାହା ଏବେବି ସ୍ପଷ୍ଟ ହୋଇପାରିନାହିଁ ।ଏନେଇ ରେଳବାଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି କାର ନମ୍ବର(ଓଆର-୦୨-ଏଚ୍‌- ୭୭୪୭)କୁ ଆର୍‌ଟିଓ ଅଫିସକୁ କାରର ମାଲିକ ସମ୍ପର୍କରେ ଜାଣିବା ପାଇଁ ଚିଠି କରିଛି। ତେବେ ଗାଡିଟି ରାୟଗଡା ଅଞ୍ଚଳର ହୋଇଥିବା ପୋଲିସ ଜାଣିବା ପରେ ରାୟଗଡା ଥାନାକୁ ମଧ୍ୟ ଏନେଇ ସୂଚନା ଦିଆଯାଇଛି ବୋଲି ରେଳବାଇ ଥାନାଧିକାରୀ ସୁକାନ୍ତ ଭୋଇ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି କାର ଭିତରେ ଥିବା ବ୍ୟାଗକୁ ନେଇ ସାଧାରଣ ଲୋକେ ଭୟଭୀତ ହେବା ଆବଶ୍ୟକ ନାହିଁ। କାର ମାଲିକଙ୍କ ପରିଚୟ ମିଳିିବା ପରେ ସବୁକିଛି ଜଣାପଡ଼ିଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri