ବ୍ରହ୍ମପୁର ରେଳ ଷ୍ଟେସନରେ ଖୋଲିଲା ସଂରକ୍ଷିତ ଟିକଟ୍‌ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚାଲିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୨ା୫-ବ୍ରହ୍ମପୁର ରେଳଷ୍ଟେସନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର(ରିଜର୍ଭେସନ ଟିକଟ କାଉଣ୍ଟର) ଶୁକ୍ରବାରଠାରୁ ପୁଣି ଖୋଲିଛି। ରେଳ ବିଭାଗ ପକ୍ଷରୁ ଜୁନ ପହିଲାରୁ ଟ୍ରେନ ଚଳାଚଳ କରାଯିବା ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ ଥିବା ଯାତ୍ରୀଙ୍କ ସକାଶେ ସଂରକ୍ଷିତ ଟିକଟ ବୁକିଂ କାଉଣ୍ଟରକୁ ଖୋଲାଯାଇଥିବା ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁଯାୟୀ, ସମଗ୍ର ଭାରତ ବର୍ଷରେ ବିଭିନ୍ନ ସ୍ଥାନକୁ ଜୁନ ପହିଲାରୁ ୨୦୦ ଟି ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ବ୍ରହ୍ମପୁର ଦେଇ ଦୁଇଟି ଟ୍ରେନ ଚଳାଚଳ କରିବାକୁ ଥିବା ଜଣାପଡିଛି। ବ୍ରହ୍ମପୁର ଷ୍ଟେସନ ଦେଇ ହାୱଡା-ସିକନ୍ଦରାବାଦ ଫାଲକ୍‌ନୁମା ଏକ୍ସପ୍ରେସ ଓ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ ଜୁନ ପହିଲାରୁ ଯାତାୟତ କରିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବ୍ରହ୍ମପୁର ରେଳଷ୍ଟେସନର ସଂରକ୍ଷିତ ଟିକଟ କାଉଣ୍ଟରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଯାତ୍ରୀମାନଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା ସହ ମାସ୍କ ବ୍ୟବହାର, ସାନିଟାଇଜର ଦ୍ୱାରା ହାତଧୁଆକୁ ବାଧ୍ୟତାମୂଳକ କରାଯାଇଥିବା ବ୍ରହ୍ମପୁର ଷ୍ଟେସନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri