ବ୍ରହ୍ମପୁର-ସମ୍ବଲପୁର ରେଳ ଲାଇନ୍‌ ଦାବି ପ୍ରସଙ୍ଗ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବେ ବିଭିନ୍ନ ସଙ୍ଗଠନ

ଭଞ୍ଜନଗର,୨୧।୮(ଡି.ଏନ.ଏ)-ଭଞ୍ଜନଗର ବାର୍‌ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।
ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସଙ୍ଗଠନ ବୈଠକରେ ଯୋଗଦେଇ ଦାବିକୁ ସମର୍ଥନ ଜଣାଇଥିଲେ। ଦାବି ପୂରଣ ନେଇ ବାର ଆସୋସିଏଶନ ଆଗାମୀ ଦିନରେ ଯେଉଁ ପଦକ୍ଷେପ ନେବ ସେଥିରେ ସାମିଲ ହେବେ ବୋଲି କହିଥିଲେ। ରେଳ ଲାଇନ ପାଇଁ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରିବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ବରିଷ୍ଠ ଆଇନଜୀବୀ ଏମ୍‌.ତାଜ୍‌ ଆଦେନୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। ବାର ଆସୋସିଏଶନ ସଭାପତି ଅଭିମନ୍ୟୁ ଗୌଡ଼, ସମ୍ପାଦକ ଅଶୋକ ଜେନା, ବରିଷ୍ଠ ଆଇନଜୀବୀ ବିନୟ କୁମାର ରଥ, ରବି ଦାସ, ସୋମନାଥ ନାୟକ, ବଣିକ ସଂଘ ସଭାପତି ମୃତ୍ୟୁଞ୍ଜୟ ସୁବୁଦ୍ଧି ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ରେଳ ଲାଇନ ପ୍ରସଙ୍ଗରେ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଭଞ୍ଜନଗରର ବିଭିନ୍ନ ସଙ୍ଗଠନ ପକ୍ଷରୁ ମିଳିତ ଭାବେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖାଯିବା ନିମନ୍ତେ ବୈଠକରେ ନିଷ୍ପତ୍ତିି ନିଆଯାଇଛି। ବୈଠକରେ ଅଟୋ ଆସୋସିଏଶନ, କଳାକାର ସଂଘ, ବଣିକ ସଂଘ, ଶିକ୍ଷକ ସଂଘ, ଏଲଆଇସି, ଓଏସ୍‌ଆରଟିସି, ବିଦ୍ୟୁତ୍‌ ସମେତ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri